Posted inଖେଳ

ଅଭ୍ୟାସ ମ୍ୟାଚ୍‌: ୨୯୭/୫ରେ ଭାରତର ଇନିଂସ୍‌ ଘୋଷଣା ଓ୍ବେଷ୍ଟଇଣ୍ଡିଜ ‘ଏ’ ୧୮୧ରେ ସୀମିତ

ଆଣ୍ଟିଗୁଆ,୧୯ା୮- ସ୍ଥାନୀୟ କୁଲିଜ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ଏ’ ପ୍ରଥମ ଇନିଂସ୍‌ରେ ୧୮୧ ରନ୍‌ କରି ଅଲ୍‌ଆଉଟ ହୋଇଛି। ଫଳରେ ଭାରତ ୧୧୬ ରନ୍‌ରେ ଅଗ୍ରଣୀଲାଭ କରିଛି। ଭାରତ ଏହାର ପ୍ରଥମ ଇନିଂସ୍‌କୁ ୨୯୭/୫ରେ ଘୋଷଣା କରିଥିଲା। ଓ୍ବେଷ୍ଟଇଣ୍ଡିଜ ‘ଏ’ ପକ୍ଷରୁ କାଭେମ୍‌ ହଜ୍‌ ସର୍ବାଧିକ ୫୧, ଜାମର ହାମିଲଟନ ୩୩, ଜୋନାଥନ କାର୍ଟର ୨୬, ଖାରେ ପିଏରେ ୧୭ ରନ ସ୍କୋର କରିଛନ୍ତି। ଭାରତ ପକ୍ଷରୁ ଈଶାନ୍ତ ଶର୍ମା, ଉମେଶ ଯାଦବ ଏବଂ କୁଲଦୀପ ଯାଦବ ୩ଟି ଲେଖାଏ ଉଇକେଟ ନେଇଛନ୍ତି।
ଦ୍ୱିତୀୟ ଦିବସ ଖେଳ ବର୍ଷା ଯୋଗୁ ବିଳମ୍ବରେ ଆରମ୍ଭ ହୋଇଥିଲା। ଫଳରେ ଭାରତ ପ୍ରଥମ ଦିବସ ସ୍କୋରରେ ହିଁ ଇନିଂସ୍‌ ଘୋଷଣା କରିଦେଇଥିଲା। ଦଳ ପକ୍ଷରୁ ଚେତେଶ୍ୱର ପୂଜାରା ଶତକ (୧୦୦ ରନ୍‌) ହାସଲ କରିଥିବାବେଳେ ରୋହିତ ଶର୍ମା ୬୮, ହନୁମା ବିହାରୀ ୩୭*, ଲୋକେଶ ରାହୁଲ ୩୬ ଓ ରିଷଭ ପନ୍ତ ୩୩ ରନ୍‌ ସ୍କୋର କରିଥିଲେ। ଓ୍ବେଷ୍ଟଇଣ୍ଡିଜ ‘ଏ’ ପକ୍ଷରୁ ଜୋନାଥନ କାର୍ଟର ସର୍ବାଧିକ ୩ଟି ଏବଂ କେୟନ ହାର୍ଡିଂ ଓ ଆକିମ ଫ୍ରାଜର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri