Posted inଖେଳ

ଅଭୟ ନେଗିଙ୍କ ନାମରେ ଦ୍ରୁତତ୍ତମ ଅର୍ଦ୍ଧଶତକ

ମେଘାଳୟର ଅଭୟ ନେଗି ସୟଦ ମୁସ୍ତାକ ଅଲି ଟି୨୦ କ୍ରିକେଟ୍‌ରେ ଦ୍ରୁତତ୍ତମ ଅର୍ଦ୍ଧଶତକ ହାସଲ କରିବାର ରେକର୍ଡ କରିଛନ୍ତି। ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ମିଜୋରାମ ବିପକ୍ଷ ମ୍ୟାଚ୍‌ରେ ୨୭ ବର୍ଷୀୟ ଡାହାଣହାତୀ ବ୍ୟାଟ୍ସମ୍ୟାନ ଅଭୟ ମାତ୍ର ୧୪ ବଲରୁ ୫୦ ରନ ପୂରଣ କରିଥିଲେ। ଏଥିସହ ଭାରତୀୟ ଘରୋଇ ଟି୨୦ କ୍ରିକେଟ୍‌ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ରବିନ ଉଥପ୍ପାଙ୍କ ନାମରେ ରହିଥିବା ଦ୍ରୁତତ୍ତମ ଅର୍ଦ୍ଧଶତକ ରେକର୍ଡକୁ ଅଭୟ ଟପିଯାଇଛନ୍ତି। ଏଥିସହ ଭାରତ ମାଟିରେ ଟି୨୦ରେ ଦ୍ରୁତତ୍ତମ ଅର୍ଦ୍ଧଶତକ ହାସଲ କରିବାରେ ସେ ଲୋକେଶ ରାହୁଲଙ୍କ ସହ ସମକକ୍ଷ ହୋଇଛନ୍ତି। ରାହୁଲ ୨୦୧୮ରେ ଆଇପିଏଲ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୪ ବଲରୁ ୫୦ ରନ ପୂରଣ କରି ଏହି ରେକର୍ଡର ଅଧିକାରୀ ରହିଥିଲେ। (୧୫ ବଲ, ୫୦ ରନ, ୨ ଚୌକା, ୬ ଛକା)ଙ୍କ ଅପରାଜିତ ଇନିଂସ ବଳରେ ମେଘାଳୟ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୨୦୪ ରନ କରିଥିଲା। ଜବାବରେ ଓପନର୍‌ ତରୁଓ୍ବର କୋହଲି (୯୦ ରନ) ଓ ଅଧିନାୟକ କେ.ବି. ପଓ୍ବାନ (୭୨*)ଙ୍କ ଅର୍ଦ୍ଧଶତକ ବଳରେ ୨୦ ଓଭରରେ ୨ ଉଇକେଟ୍‌ ହରାଇ ୧୮୨ ରନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ପୂର୍ବତନ ଅଧିନାୟକ

ଇସଲାମାବାଦ୍‌,୨୫।୪: ପାକିସ୍ତାନ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିସ୍‌ମାହ ମାରୋଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ସେ ହଠାତ୍‌ ଅବସର ଘୋଷଣା କରି ସମସ୍ତଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri