Posted inଖେଳ

ଅଭୟ ନେଗିଙ୍କ ନାମରେ ଦ୍ରୁତତ୍ତମ ଅର୍ଦ୍ଧଶତକ

ମେଘାଳୟର ଅଭୟ ନେଗି ସୟଦ ମୁସ୍ତାକ ଅଲି ଟି୨୦ କ୍ରିକେଟ୍‌ରେ ଦ୍ରୁତତ୍ତମ ଅର୍ଦ୍ଧଶତକ ହାସଲ କରିବାର ରେକର୍ଡ କରିଛନ୍ତି। ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ମିଜୋରାମ ବିପକ୍ଷ ମ୍ୟାଚ୍‌ରେ ୨୭ ବର୍ଷୀୟ ଡାହାଣହାତୀ ବ୍ୟାଟ୍ସମ୍ୟାନ ଅଭୟ ମାତ୍ର ୧୪ ବଲରୁ ୫୦ ରନ ପୂରଣ କରିଥିଲେ। ଏଥିସହ ଭାରତୀୟ ଘରୋଇ ଟି୨୦ କ୍ରିକେଟ୍‌ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ରବିନ ଉଥପ୍ପାଙ୍କ ନାମରେ ରହିଥିବା ଦ୍ରୁତତ୍ତମ ଅର୍ଦ୍ଧଶତକ ରେକର୍ଡକୁ ଅଭୟ ଟପିଯାଇଛନ୍ତି। ଏଥିସହ ଭାରତ ମାଟିରେ ଟି୨୦ରେ ଦ୍ରୁତତ୍ତମ ଅର୍ଦ୍ଧଶତକ ହାସଲ କରିବାରେ ସେ ଲୋକେଶ ରାହୁଲଙ୍କ ସହ ସମକକ୍ଷ ହୋଇଛନ୍ତି। ରାହୁଲ ୨୦୧୮ରେ ଆଇପିଏଲ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୪ ବଲରୁ ୫୦ ରନ ପୂରଣ କରି ଏହି ରେକର୍ଡର ଅଧିକାରୀ ରହିଥିଲେ। (୧୫ ବଲ, ୫୦ ରନ, ୨ ଚୌକା, ୬ ଛକା)ଙ୍କ ଅପରାଜିତ ଇନିଂସ ବଳରେ ମେଘାଳୟ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୨୦୪ ରନ କରିଥିଲା। ଜବାବରେ ଓପନର୍‌ ତରୁଓ୍ବର କୋହଲି (୯୦ ରନ) ଓ ଅଧିନାୟକ କେ.ବି. ପଓ୍ବାନ (୭୨*)ଙ୍କ ଅର୍ଦ୍ଧଶତକ ବଳରେ ୨୦ ଓଭରରେ ୨ ଉଇକେଟ୍‌ ହରାଇ ୧୮୨ ରନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri