ଅମରେଶ ହତ୍ୟା ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଅମରେଶ ନାୟକ ହତ୍ୟା ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଆଉ ୩ଜଣଙ୍କୁ ଶନିବାର ପୋଲିସ ଗିରଫ କରିଛି। ସେମାନେ ହେଲେ ସୁନ୍ଦରପଦାର ରଘୁ, ବବୁଲ ଓ ଉଙ୍କା। ଏମାନଙ୍କୁ ରାଜଧାନୀ ଓ ଏହାର ଉପକଣ୍ଠ ଅଞ୍ଚଳରୁ ଗିରଫ କରାଯାଇଥିବା ପୋଲିସ କହିଛି। ଗତ ୬ତାରିଖରେ ମୁଖ୍ୟ ଅଭିଯୁକ୍ତ ଶଙ୍କର ବସ୍ତିଆଙ୍କ ସମେତ ୩ଜଣଙ୍କୁ ଗିରଫ କରାଯାଇଥିଲା। ଫଳରେ ମୋଟ ଗିରଫ ସଂଖ୍ୟା ୬ ହେଲା। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଆହୁରି ୮ଜଣ ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିିଛି। ସେମାନଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।
ସୂଚନା ଅନୁଯାୟୀ, ଅମରେଶ ଓ ମୁଖ୍ୟ ଅଭିଯୁକ୍ତ ଶଙ୍କରଙ୍କ ମଧ୍ୟରେ ଭଲ ସମ୍ପର୍କ ରହିଥିଲା। ମାତ୍ର ପରେ ଦୁହିଙ୍କ ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଥିଲା। ଫଳରେ ଉଭୟ ଗୋଷ୍ଠୀ ଭାଗ ହୋଇଯାଇଥିଲେ। ଗତ ୨୭ ତାରିଖ ଦୀପାବଳି ରାତିରେ ଅମରେଶ ଓ ତାଙ୍କ ସାଥୀମାନେ ଏକାମ୍ର କଲେଜ ପଛପଟ ପଡ଼ିଆରେ ଭୋଜି କରି ବାଣ ଫୁଟାଉଥିଲେ। ବାଣର କିଛି ଅଂଶ ଶଙ୍କରଙ୍କ ଗୋଷ୍ଠୀର ଜଣେ ଯୁବକଙ୍କ ଦେହରେ ପଡ଼ିଥିଲା। ଏହାକୁ ନେଇ ଯୁକ୍ତିତର୍କ ହୋଇଥିଲା। ଶଙ୍କର ଓ ତାଙ୍କ ସମର୍ଥକମାନେ ପହଞ୍ଚି ଅମରେଶଙ୍କୁ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଅମରେଶଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri