ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ ପ୍ରାଇଭେଟ୍ ବସ୍ ଓନର୍ସ ଏକତା ମଞ୍ଚର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ବସ୍ ମାଲିକଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା । ରାଜ୍ୟ ସରକାରଙ୍କ ଇ.ଭି ବସ୍ ଚଳାଚଳ ଏବଂ ରେଶନାଇଲେଜଶନ ଟାଇମିଂ ଉପରେ ମୁଖ୍ୟତଃ ଆଲୋଚନା ହୋଇ ସରକାରଙ୍କ ଏଭଳି ନିଷ୍ପତ୍ତିକୁ ବୈଠକରେ ବିରୋଧ କରାଯାଇଥିଲା । ସରକାର ବରଗଡ଼-ସମ୍ବଲପୁର, ସମ୍ବଲପୁର -ବେଲପାହାଡ ଆଦି ରୁଟରେ ଇ.ଭି ବସ୍ ଚଳାଚଳକୁ ତୁରନ୍ତ ବନ୍ଦ କରାଯିବା ପାଇଁ ବୈଠକରେ ଦାବି ହୋଇଛି। ଦାବି ତୁରନ୍ତ ପୂରଣ ନ ହେଲେ ଆସନ୍ତା ୪ ଓ ୫ତାରିଖ ପଶ୍ଚିମ ଓଡ଼ିଶାର ବରଗଡ଼ ଏବଂ ସମ୍ବଲପୁର ଜିଲାରେ ହେବାକୁ ଥିବା କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ କାର୍ଯ୍ୟକ୍ରମରେ ଘରୋଇ ବସ୍ ମାଲିକ ସଂଘ ସମ୍ପୂର୍ଣ୍ଣ ଅସହଯୋଗ କରିବ ଅର୍ଥାତ୍ ସଂଘ ସେହି କାର୍ଯ୍ୟକ୍ରମକୁ ବସ୍ ଯୋଗାଇବାରୁ ସମ୍ପୂର୍ଣ୍ଣ ନିବୃତ୍ତ ରହିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୧୧ଟି ବସ୍ ମାଲିକ ସଂଘର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri