Posted inଖେଳ

ଅମିତ, ବ୍ରଜଭୂଷଣଙ୍କୁ ଓସ୍‌ଜା ପୁରସ୍କାର: ଗ୍ରାମାଞ୍ଚଳରେ କ୍ରୀଡ଼ାକୁ କ୍ରୀଡ଼ାମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି)-
ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ(ଓସ୍‌ଜା)ର ଦ୍ୱିତୀୟ ବାର୍ଷିକ କ୍ରୀଡ଼ା ପୁରସ୍କାର ପ୍ରଦାନ ଉତ୍ସବ ଶନିବାର ଏଠାରେ ଅନୁଷ୍ଠିତ ହୋଇ ଯାଇଛି। ଭାରତୀୟ ହକି ଦଳର ନିର୍ଭରଯୋଗ୍ୟ ଡିଫେଣ୍ଡର ଅମିତ ରୋହିଦାସଙ୍କୁ ବର୍ଷର ଶ୍ରେଷ୍ଠ କ୍ରୀଡ଼ାବିତ୍‌ ଏବଂ ଭାରତୀୟ ବକ୍ସିଂ ଜଗତର ଅନ୍ୟତମ ସଫଳ କୋଚ୍‌ ଦ୍ରୋଣାଚାର୍ଯ୍ୟ ପୁରସ୍କାର ବିଜେତା ବ୍ରଜଭୂଷଣ ମହାନ୍ତିଙ୍କୁ ଲାଇଫଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାର ପ୍ରଦାନ କରା ଯାଇଛି। ସାମ୍ପ୍ରତିକ ଭାରତୀୟ ହକି ଦଳର ଅବିଚ୍ଛେଦ୍ୟ ଅଙ୍ଗ ପାଲଟି ଯାଇଥିବା ଅମିତ ନିକଟ ଅତୀତରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ପ୍ରଥମ ଓ ଏକମାତ୍ର ଓଡ଼ିଆ ଭାବରେ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଥିବା ବ୍ରଜଭୂଷଣ ଜୀବନବ୍ୟାପୀ ସାଧନା ପାଇଁ ଏହି ପୁରସ୍କାର ପାଇଛନ୍ତି। ଓସ୍‌ଜାର କାର୍ଯ୍ୟନିର୍ବାହୀ ସଭାପତି ସନ୍ଦୀପ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବ୍ୟାପାରମନ୍ତ୍ରୀ ତୁଷାରକାନ୍ତି ବେହେରା, ଓଡ଼ିଶାର ପ୍ରଥମ ଅନ୍ତର୍ଜାତୀୟ କ୍ରିକେଟର ଦେବାଶିଷ ମହାନ୍ତି ଏବଂ ଇମ୍ଫାର କର୍ପୋରେଟ ଆଫାୟର୍ସ ମୁଖ୍ୟ ତଥା ଉପସଭାପତି ଅଶୋକ କୁମାର ବେହେରା ଅତିଥି ଭାବରେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।
ଏହି ଅବସରରେ କ୍ରୀଡ଼ାମନ୍ତ୍ରୀ ରାଜ୍ୟରେ ଚାଲିଥିବା କ୍ରୀଡ଼ା ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଛନ୍ତି। ପାରମ୍ପରିକ ଖେଳ ତଥା ଗ୍ରାମାଞ୍ଚଳର କ୍ରୀଡ଼ାକୁ ଗୁରୁତ୍ୱପ୍ରଦାନ ସହ ଅନ୍ୟ ଖେଳ ସହ ସମକକ୍ଷ କରିବା ତାଙ୍କର ଟାର୍ଗେଟ ଥିବା ପ୍ରକାଶ କରିଛନ୍ତି। ହକିର ଗଡ ସୁନ୍ଦରଗଡରେ ହକି ତାଲିମଙ୍କୁ ଅଧିକ ବ୍ୟାପକ କରିବା ପାଇଁ ଜିଲାର ୧୭ଟି ବ୍ଲକରେ ଆଷ୍ଟ୍ରୋଟର୍ଫ ପଡିଆ କରିବା ପାଇଁ ନିଷ୍ପତ୍ତି ହୋଇଛି। ଫଳରେ ସ୍ଥାନୀୟ ଖେଳାଳି ନିଜ ଅଞ୍ଚଳରେ ହିଁ ନିୟମିତ ଅଭ୍ୟାସ କରିପାରିବେ। ସେହିପରି ୩୦ଟି ଜିଲା ମୁଖ୍ୟାଳୟର ଷ୍ଟାଡିୟମ ଗୁଡିକୁ ଉନ୍ନତ କରିବା ଏବଂ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟ ୪ ସହରରେ କ୍ରୀଡ଼ାକେନ୍ଦ୍ର ସ୍ଥାପନ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହଛନ୍ତି। ଆସନ୍ତା ନଭେମ୍ବର-ଡିସେମ୍ବରରେ ରାଜ୍ୟର କ୍ରୀଡ଼ା ଶିକ୍ଷକମାନଙ୍କ ଲାଗି ଏକ ବିଶେଷ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରିବା ପାଇଁ ଯୋଜନା ଥିବା ମଧ୍ୟ ସେ ସୂଚାଇଛନ୍ତି। ଦେବାଶିଷ ମହାନ୍ତି ଏବଂ ଅଶୋକ କୁମାର ବେହେରା ନିଜ ନିଜ ବକ୍ତବ୍ୟରେ କ୍ରୀଡ଼ାବିତ୍‌ଙ୍କ ଜୀବନରେ ପୁରସ୍କାରର ମହତ୍ୱ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଏହି ଅବସରରେ ଅତିଥିମାନେ ଓସ୍‌ଜାର ଉଦ୍ୟମକୁ ଭୂୟସି ପ୍ରଶଂସା କରିଥିଲେ।
ଖବରଦାତାଙ୍କ ପ୍ରୟାସରୁ ତାଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର ମିଳିବା ସମ୍ଭବ ହୋଇଥିଲା ବୋଲି ବକ୍ସିଂ ଗୁରୁ ବ୍ରଜଭୂଷଣ ପ୍ରକାଶ କରିଥିଲେ। ସୁଯୋଗ ମିଳିଲେ ସେ ଓଡ଼ିଶାରେ ବକ୍ସିଂ ଏକାଡେମୀ ମାଧ୍ୟମରେ ଦେଶ ପାଇଁ ଉଚ୍ଚମାନର ଖେଳାଳି ସୃଷ୍ଟି କରିପାରିବେ ବୋଲି ମତ ଦେଇଥିଲେ। ବ୍ୟବସାୟୀକ ସଂସ୍ଥାମାନଙ୍କ ସହାୟତାରେ ବକ୍ସିଂ ଏକାଡେମୀ ଖୋଲିବା ଉପରେ ଜୋର ଦେବାକୁ ଅନୁରୋଧ କରିଥିଲେ ବ୍ରଜଭୂଷଣ। ଅନ୍ୟପକ୍ଷରେ ଅମିତ ରୋହିଦାସ ଏହି ପୁରସ୍କାର ତାଙ୍କୁ ଆହୁରି ଉନ୍ନତ ପ୍ରଦର୍ଶନ ସକାଶେ ପ୍ରେରିତ କରିବ ବୋଲି କହିଛନ୍ତି। ଅଲିମ୍ପିକ୍ସ ଯୋଗ୍ୟତା ହାସଲ ଭାରତୀୟ ଦଳର ପ୍ରଥମ ଏବଂ ମୁଖ୍ୟ ଲକ୍ଷ୍ୟ ବୋଲି ସେ ପ୍ରକାଶ କରିଛନ୍ତି। ନୂଆ କୋଚ୍‌ ଗ୍ରାହାମ ରିଡ୍‌ଙ୍କ ତତ୍ତ୍ୱାବଧାନରେ ଭାରତୀୟ ହକି ଦଳ ନିଶ୍ଚିତ ଲକ୍ଷ୍ୟ ସ୍ଥଳରେ ପହଞ୍ଚତ୍ବ ବୋଲି ସେ ଆଶା ରଖିଛନ୍ତି। ଅଭିଜ୍ଞ ହେବା ସହ ଦଳରେ ତାଙ୍କର ଦାୟିତ୍ୱ ବଢ଼ିଛି ବୋଲି ମଧ୍ୟ ସେ ସ୍ବୀକାର କରିଛନ୍ତି। ଉଭୟ ବ୍ରଜଭୂଷଣ ଏବଂ ଅମିତଙ୍କୁ ଉତ୍ତରୀୟ, ଅଭିନନ୍ଦନ ପତ୍ର, ବିଶେଷ ଫଳକ ଏବଂ ୨୫ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇ ସମ୍ମାନୀତ କରାଯାଇଥିଲା। ଓସ୍‌ଜାର ସମ୍ପାଦକ ସନାତନ ପାଣି ବାର୍ଷିକ ବିବରଣୀ ପ୍ରଦାନ କରିଥିବାବେଳେ କାର୍ଯନିର୍ବାହୀ ସଭାପତି ସନ୍ଦୀପ ମିଶ୍ର କ୍ରୀଡ଼ା ଖବରଦାତାମାନଙ୍କୁ ରାଜ୍ୟସରକାର ସ୍ବୀକୃତି ଦେବାକୁ କ୍ରୀଡ଼ାମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଓସଜା ସଭାପତି କେ. ରବି ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ରାଜେନ୍ଦ୍ର ମହାପାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri