Posted inଖେଳ

ଅମ୍ପାୟରଙ୍କ ଭୁଲ୍‌ ନିଷ୍ପତ୍ତି ପରେ ଗ୍ରାଉଣ୍ଡ ଛାଡ଼ିଲେ ନାହିଁ ୟୁସୁଫ ପଠାନ

ଭଦୋଦରା,୧୩।୧୨- କ୍ରିକେଟରେ ଅମ୍ପାୟରମାନେ ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତି ଦେବା ଏବେ କିଛି ନୂଆ ଘଟଣା ନୁହେଁ। ମାତ୍ର ଖେଳାଳିମାନେ ଏହାକୁ ବିରୋଧକରି ଗ୍ରାଉଣ୍ଡ ଛାଡ଼ିବାକୁ ମନାକରିବା ହୁଏତ ପ୍ରଥମ ଘଟଣା ହୋଇପାରେ। ଏଭଳି ଘଟଣା ଚଳିତ ରଣଜୀ ଟ୍ରଫିରେ ମୁମ୍ବାଇ ଓ ବରୋଦା ମଧ୍ୟରେ ଖେଳାଯାଇଥିବା ପ୍ରଥମ ପର୍ଯ୍ୟାୟ ମ୍ୟାଚ୍‌ର ୪ର୍ଥ ତଥା ଅନ୍ତିମ ଦିନ ଦେବାକୁ ମିଳିଛି। ଘଟଣାଟି ଏପରି ଥିଲା କି, ମୁମ୍ବାଇ ଅଫ୍‌ ସ୍ପିନର ଶଶାଙ୍କ ଆଟର୍ଡେଙ୍କ ବଲକୁ ବରୋଦା ଅଲରାଉଣ୍ଡର ୟୁସୁଫ ପଠାନ ଡିଫେନ୍ସ କରିବାକୁ ଉଦ୍ୟମ କରିଥିଲେ। ମାତ୍ର ବଲ ବାଉନ୍ସ ହେବାରୁ ପଠାନଙ୍କ ଛାତିରେ ବାଜି ଶର୍ଟ ଲେଗ୍‌ ଫିଲ୍ଡରଙ୍କ ହାତକୁ ଚାଲିଯାଇଥିଲା। ଫିଲ୍ଡର ଓ ବୋଲରଙ୍କ ଅପିଲ ପରେ ଫିଲ୍ଡ ଅମ୍ପାୟର ହାତ ଟେକି ଦେଇଥିଲେ। ଏଥିରେ ଚକିତ ହୋଇଯାଇଥିବା ୟୁସୁଫ କ୍ରିଜ୍‌ରେ ଛିଡ଼ାହୋଇ ଅମ୍ପାୟରଙ୍କ ନିଷ୍ପତ୍ତିରେ ପରିବର୍ତ୍ତନ କରିବାର ଅପେକ୍ଷା କରିଥିଲେ। ଏହାପରେ ଭାରତୀୟ ଟେଷ୍ଟ ଦଳର ଉପ ଅଧିନାୟକ ତଥା ମୁମ୍ବାଇ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାନେ, ୟୁସୁଫ୍‌ଙ୍କ ସହ କଥା କଟାକଟି ହୋଇଥିଲେ। ମୁମ୍ବାଇ ଉଇକେଟକିପର ଉଭୟଙ୍କୁ ଅଲଗା କରିବା ପରେ ୟୁସୁଫ ପ୍ୟାଭିଲିଅନ ଫେରିଥିଲେ। ଏହି ମ୍ୟାଚ୍‌କୁ ମୁମ୍ବାଇ ୩୦୯ ରନ୍‌ର ବଡ଼ ବ୍ୟବଧାନରେ ଜିତିନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri