ଅମ୍ଫନ୍‌ରେ ୪୫ ଲକ୍ଷ ଲୋକ ପ୍ରଭାବିତ: ଏନ୍‌ସିଏମ୍‌ସିକୁ ସୂଚନା ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ଅମ୍ଫନ୍‌ରେ ରାଜ୍ୟର ୧୫୦୦ ପଞ୍ଚାୟତର ୪୪.୮୦ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ବାତ୍ୟା ପ୍ରଭାବରେ ପ୍ରାୟ ୧ଲକ୍ଷ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଛି। ଗୁରୁବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଭିଡିଓ କନ୍‌ଫରେନ୍ସରେ ଜାତୀୟ ଆପତ୍‌କାଳୀନ ପରିଚାଳନା କମିଟି(ଏନ୍‌ସିଏମ୍‌ସି) କମିଟିର ଅଧ୍ୟକ୍ଷ ତଥା କ୍ୟାବିନେଟ ସଚିବ ରାଜୀବ ଗାୈବାଙ୍କୁ ଏହି ସୂଚନା ଦେଇଛନ୍ତି। ବୁଧବାର ବାତ୍ୟା ଅମ୍ଫନ ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ତାଣ୍ଡବ ରଚାଇଥିଲା। ବାତ୍ୟା କ୍ଷୟକ୍ଷତି ନେଇ କ୍ୟାବିନେଟ ସଚିବ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରିଛନ୍ତି। ବୈଠକରେ କୃଷି ସମ୍ପର୍କିତ କ୍ଷୟକ୍ଷତି ନେଇ ଆସନ୍ତା ଦୁଇଦିନ ମଧ୍ୟରେ ଆକଳନ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଏନ୍‌ସିଏମ୍‌ସିକୁ ସୂଚନା ଦେଇଥିଲେ। ଏଥିସହିତ ବାତ୍ୟା ଆସିବା ପୂର୍ବରୁ ରାଜ୍ୟର ୮୯ଟି ବ୍ଲକର ୨ ଲକ୍ଷ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା। ବାତ୍ୟା ପରେ ୮୦ପ୍ରତିଶତ ପ୍ରଭାବିତ ଅଞ୍ଚଳରେ ପୁନଃ ବିଦ୍ୟୁତ ସଂଯୋଗ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବାତ୍ୟା ବିଷୟରେ ଠିକ୍‌ ଆକଳନ କରାଯିବାରୁ ଅଧିକ ସଂଖ୍ୟାରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ସମ୍ଭବ ହୋଇଥିଲା ଏବଂ କ୍ଷୟକ୍ଷତି ପରିମାଣ ମଧ୍ୟ କମ୍‌ ହୋଇଥିଲା ବୋଲି ବୈଠକରେ ସୂଚନା ଦିଆଯାଇଥିଲା। କେନ୍ଦ୍ର ସରକାରଙ୍କ ବିଭିନ୍ନ ସଂସ୍ଥା ଓ ମନ୍ତ୍ରଣାଳୟଗୁଡ଼ିକ ଉଭୟ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ସରକାରଙ୍କ ସହ ଯୋଗାଯୋଗରେ ରହି ଯଥାସମ୍ଭବ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ କ୍ୟାବିନେଟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ପ୍ରଦୀପ କୁମାର ଜେନା, ସ୍ବରାଷ୍ଟ୍ର ସଚିବ ସଞ୍ଜୀବ ଚୋପ୍ରା, କୃଷି ସଚିବ ସୌରଭ ଗର୍ଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସଚିବ ଦେଓରଞ୍ଜନ କୁମାର ସିଂ ଏବଂ ଶକ୍ତି ବିଭାଗ ସଚିବ ବିଷ୍ଣୁ ପଦ ସେଠୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri