ଅମ୍ଫନ୍‌ର ପ୍ରଭାବରେ ବର୍ଷା, ପବନ ଜାରି: ଜନଜୀବନ ବ୍ୟାହତ

କେନ୍ଦୁଝର/ରାଇସୁଆଁ ,୨୦ା୫(ସ୍ବ.ପ୍ର./ଡିଏନଏ): ସାମୁଦ୍ରିକ ଝଡ଼ ଅମ୍ଫନ୍‌ର ପ୍ରଭାବରେ କେନ୍ଦୁଝର ଜିଲାରେ ମଙ୍ଗଳବାର ରାତିରୁ ବର୍ଷା ଓ ପବନ ଜାରି ରହିଛି। ଫଳରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଯାତାୟାତ ବନ୍ଦ ରହିଥିବା ବେଳେ ଦୋକାନବଜାର ବନ୍ଦ ରହିଛି। ଅନେକ ସ୍ଥାନରେ ବର୍ଷା ପାଲି ଜମି ରହି ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଲୋକମାନେ ଘରୁ ବାହାରି ପାରୁ ନ ଥିବା ବେଳେ ବିଭିନ୍ନ ଅଫିସରେ କାମକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ପବନ ଓ ବର୍ଷା ଯୋଗୁ ଗଛ, ବିଦ୍ୟୁତ୍‌ ଖୁଣ୍ଟ କ୍ଷତିଗ୍ରସ୍ତ ହୋଇଛି। ଫଳରେ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଛି। ଜିଲାର କେନ୍ଦୁଝର ଓ ଆନନ୍ଦପୁର ଉପଖଣ୍ଡରେ ସମ୍ଭାବ୍ୟ କ୍ଷୟକ୍ଷତି ଆଶଙ୍କା କରି ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଅନେକ ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ବେଳେ ଘର ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ଚାଷ କ୍ଷତିଗ୍ରସ୍ତ ହୋଇଛି। ସଦର ବ୍ଲକ ହାତୀକୁଚା ଗ୍ରାମରେ ପୂର୍ଣ୍ଣଚ଼ନ୍ଦ୍ର ଦେହୁରୀଙ୍କ ଖପର ଘର ଉପରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବାରୁ ଘର ଲୋକ ଓ ଗୋରୁଗାଈ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ଆନନ୍ଦପୁର ଅଞ୍ଚଳରେ ସମ୍ଭାବ୍ୟ ବାତ୍ୟା ସ୍ଥିତି ମୁକାବିଲା ପାଇଁ ସରକାରୀ ପଦାଧିକାରୀ ପହଞ୍ଚି ତଦାରଖ କରୁଛନ୍ତି। ଓଡ୍ରାଫ୍‌ ଟିମ୍‌ ପହଞ୍ଚି ସଜାଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri