ଅମ୍ଫନ୍‌ର ପ୍ରଭାବରେ ବର୍ଷା, ପବନ ଜାରି: ଜନଜୀବନ ବ୍ୟାହତ

କେନ୍ଦୁଝର/ରାଇସୁଆଁ ,୨୦ା୫(ସ୍ବ.ପ୍ର./ଡିଏନଏ): ସାମୁଦ୍ରିକ ଝଡ଼ ଅମ୍ଫନ୍‌ର ପ୍ରଭାବରେ କେନ୍ଦୁଝର ଜିଲାରେ ମଙ୍ଗଳବାର ରାତିରୁ ବର୍ଷା ଓ ପବନ ଜାରି ରହିଛି। ଫଳରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଯାତାୟାତ ବନ୍ଦ ରହିଥିବା ବେଳେ ଦୋକାନବଜାର ବନ୍ଦ ରହିଛି। ଅନେକ ସ୍ଥାନରେ ବର୍ଷା ପାଲି ଜମି ରହି ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଲୋକମାନେ ଘରୁ ବାହାରି ପାରୁ ନ ଥିବା ବେଳେ ବିଭିନ୍ନ ଅଫିସରେ କାମକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ପବନ ଓ ବର୍ଷା ଯୋଗୁ ଗଛ, ବିଦ୍ୟୁତ୍‌ ଖୁଣ୍ଟ କ୍ଷତିଗ୍ରସ୍ତ ହୋଇଛି। ଫଳରେ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଛି। ଜିଲାର କେନ୍ଦୁଝର ଓ ଆନନ୍ଦପୁର ଉପଖଣ୍ଡରେ ସମ୍ଭାବ୍ୟ କ୍ଷୟକ୍ଷତି ଆଶଙ୍କା କରି ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଅନେକ ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ବେଳେ ଘର ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ଚାଷ କ୍ଷତିଗ୍ରସ୍ତ ହୋଇଛି। ସଦର ବ୍ଲକ ହାତୀକୁଚା ଗ୍ରାମରେ ପୂର୍ଣ୍ଣଚ଼ନ୍ଦ୍ର ଦେହୁରୀଙ୍କ ଖପର ଘର ଉପରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବାରୁ ଘର ଲୋକ ଓ ଗୋରୁଗାଈ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ଆନନ୍ଦପୁର ଅଞ୍ଚଳରେ ସମ୍ଭାବ୍ୟ ବାତ୍ୟା ସ୍ଥିତି ମୁକାବିଲା ପାଇଁ ସରକାରୀ ପଦାଧିକାରୀ ପହଞ୍ଚି ତଦାରଖ କରୁଛନ୍ତି। ଓଡ୍ରାଫ୍‌ ଟିମ୍‌ ପହଞ୍ଚି ସଜାଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri