‘ଅମ୍ଫନ୍‌’: ପଶ୍ଚିମବଙ୍ଗର ଦୀଘାକୁ ଛୁଇଁବା ସମ୍ଭାବନା

ଭୁବନେଶ୍ୱର,୧୬।୫(ବ୍ୟୁରୋ)-କରୋନା(କୋଭିଡ-୧୯)ସଙ୍କଟରେ ଛଟପଟ ହେଉଥିବା ଓଡ଼ିଶା ଏବେ ପୁଣି ଆଉ ଏକ ଭୟଙ୍କର ସାମୁଦ୍ରିକ ଝଡ଼ର ସମ୍ମୁଖୀନ ହେବାକୁ ଯାଉଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ ଦକ୍ଷିଣ ପୂର୍ବ ଦିଗରେ ୧୦୪୦ କି.ମି. ଏବଂ ପଶ୍ଚିମବଙ୍ଗର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗ ଦୀଘା ଠାରୁ ୧୨୦୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ବାତ୍ୟା ଅମ୍ଫନ୍‌ ଘଣ୍ଟା ପ୍ରତି ୨୦ କି.ମି. ବେଗରେ ଉପକୂଳ ଆଡ଼କୁ ମୁହାଁଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବ। ଏହାର ୨୪ ଘଣ୍ଟା ପରେ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଝଡ଼ ଅଧିକ ବଳ ଗୋଟାଇ ଆସନ୍ତା ୧୭ ତାରିଖରେ ଉତ୍ତର, ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବ। ପରେ ଏହା ଉତ୍ତର, ଉତ୍ତର ପୂର୍ବ ଦିଗକୁ ଗତିକରି ଆସନ୍ତା ୧୮ରୁ ୨୦ ତାରିଖ ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳ ଦୀଘା ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ସ୍ଥଳଭାଗ ଅତିକ୍ରମ କରିବା ବେଳେ ଏହାର ବେଗ ଘଣ୍ଟା ପ୍ରତି ୧୮୦ରୁ ୨୦୦ କି.ମି. ହେବ ବୋଲି ଅନୁମାନ କରାଯାଇଛି। ଅବପାତ ଯୋଗୁ ସମୁଦ୍ରରେ ୪୫ରୁ ୫୫ ଏବଂ ବେଳେ ବେଳେ ୬୫ କି.ମି.ବେଗରେ ପବନ ବହୁଛି। ଶନିବାର ମଧ୍ୟରାତ୍ର ସୁଦ୍ଧା ପବନର ବେଗ ଘଣ୍ଟା ପ୍ରତି ୮୦ରୁ ୯୦ କି.ମି. ରହିବ। ବାତ୍ୟାରେ ପରିଣତ ହେବା ପରେ ଅମ୍ଫନ୍‌ର ବେଗ କ୍ରମଶଃ ବୃଦ୍ଧି ପାଇବ। ୧୭ ତାରିଖରେ ଏହା ଭୟଙ୍କର ବାତ୍ୟାରେ ପରିଣତ ହେବ। ଏହି ସମୟରେ ଏହାର ବେଗ ଘଣ୍ଟାପ୍ରତି ୧୧୦ରୁ ୧୨୦ କି.ମି. ରହିବ ବୋଲି ଅନୁମାନ କରାଯାଇଛି। ୧୮ ତାରିଖରେ ଏହା ଆହୁରି ଭୟଙ୍କର ସାମୁଦ୍ରିକ ଝଡ଼ରେ ରୂପାନ୍ତର ହେବାର ସମ୍ଭାବନା ରହିଛି। ୧୮ ତାରିଖ ସନ୍ଧ୍ୟାରେ ଏହାର ବେଗ ଘଣ୍ଟାପ୍ରତି ୧୩୫ରୁ ୧୬୦କି.ମି. ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ୧୯ ତାରିଖ ମଧ୍ୟରାତ୍ର ସୁଦ୍ଧା ଏହା ଅତ୍ୟନ୍ତ ଭୟଙ୍କର ବାତ୍ୟାରେ ପରିଣତ ହେବ। ସେତେବେଳେ ଏହାର ବେଗ ଘଣ୍ଟାପ୍ରତି ୧୮୦ରୁ ୨୦୦ କି.ମି. ରହିବା ନେଇ ପୂର୍ବାନୁମାନ  କରାଯାଉଛି। ସ୍ଥଳଭାଗ ଛୁଇଁବା ପରେ ବାତ୍ୟାର ବେଗ ଧୀରେ ଧୀରେ ହ୍ରାସ ପାଇବ। ତେବେ ବାତ୍ୟା ଅମ୍ଫନ୍‌ ନିର୍ଦ୍ଦିଷ୍ଟ ଭାବେ କେଉଁଠି ମାଡ଼ ହେବ ସେ ନେଇ ରବିବାର ସ୍ପଷ୍ଟ କରାଯିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।
ବାତ୍ୟାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ନ ପଡ଼ିଲେ ମଧ୍ୟ ଉପକୂଳ ଦେଇ ଅତିକ୍ରମ କରୁଥିବାରୁ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ଏହାର ପ୍ରଭାବ ଅଧିକ ଅନୁଭୂତ ହେବ। ଏଥିଲାଗି ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଞ୍ଜ ଆଦି ୧୨ଟି ଜିଲା ପାଇଁ ରେର୍ଡ ଆଲର୍ଟ ଜାରି କରାଯାଇଛି।
ବାତ୍ୟା ପ୍ରଭାବରେ ଆସନ୍ତା ୧୮ ତାରିଖ ସନ୍ଧ୍ୟାରୁ ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବାତ୍ୟା ଉପକୂଳମୁହାଁ ହୋଇଥିବାରୁ ୧୯ ତାରିଖରେ ଓଡ଼ିଶା ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ୨୦ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଉତ୍ତର ଓଡ଼ିଶା ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ସମୁଦ୍ରକୁ ନ ଯିବାଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ବାତ୍ୟାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଗୋପାଳପୁର, ପାରାଦୀପ, ଚାନ୍ଦବାଲି ଓ ପୁରୀକୁ ଏକ ନମ୍ବର ବିପଦ ସଙ୍କେତ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri