‘ଅମ୍ଫନ୍‌’ ମୁକାବିଲା ନିମନ୍ତେ ପହଞ୍ଚିଲେଣି ୩୧ ଟିମ୍‌: ମଧ୍ୟରାତ୍ର ସୁଦ୍ଧା ସୁରକ୍ଷିତ ସ୍ଥାନକୁ ଯିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ଘଣ୍ଟାକୁ ୧୮ କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି ‘ଅମ୍ଫନ’। ଏବେ ଏହା ପାରାଦୀପଠାରୁ ୩୫୦ କିମି ଏବଂ ଦୀଘାରୁ ୫୧୦ କିମି ଦୂରରେ ରହିଛି। ବାତ୍ୟା ଦକ୍ଷିଣ, ଦକ୍ଷିଣ-ପୂର୍ବକୁ ଗତି କରି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳଦେଇ ସୁନ୍ଦରବନ ନିକଟରେ ସ୍ଥଳଭାଗ ଛୁଇଁବାର ଆକଳନ କରାଯାଉଛି। ଏହାର ପ୍ରଭାବ ଓଡ଼ିଶାର ଉପକୂଳବର୍ତ୍ତୀ ୧୨ ଜିଲା ଉପରେ ପଡ଼ିପାରେ। ସେହିଭଳି ୪ ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ବିଶେଷ ପ୍ରଭାବିତ ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ଜିଲା ଗୁଡ଼ିକୁ ଓଡ୍ରାଫ୍‌ ଏବଂ ଏନ୍‌ଡିଆର୍‌ଏଫ୍‌ର ୩୧ଟି ଟିିମ୍‌ ପଠାଯାଇଛି। ସେହିଭଳି ଅଗ୍ନିଶମ ବିଭାଗର ୨୧୭ଟି ଟିମ୍‌ ପଠାଯାଇସାରିଛି। ଏହି ୪ ଜିଲାର ପରିସ୍ଥିତି ଉପରେ ସ୍ବତନ୍ତ୍ର ଭାବେ ଦାୟିତ୍ୱ ପାଇଥିବା ୪ ସଚିବ ନଜର ରଖିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସ୍ଥିତି ନିୟନ୍ତ୍ରଣରେ ରହିଛି। ତେବେ ମଙ୍ଗଳବାର ଅପରାହ୍ନ ୩ଟା ସୁଦ୍ଧା ମିଳିଥିବା ରିପୋର୍ଟ ଅନୁସାରେ ୩୫ହଜାରରୁ ଅଧିକ ଲୋକ ବାତ୍ୟା ଆଶ୍ରୟସ୍ଥଳକୁ ଆସିଛନ୍ତି। ୯.୩୦/୧୦ଟା ସୁଦ୍ଧା ସମସ୍ତଙ୍କୁ ସ୍ଥାନାନ୍ତର କରିବାକୁ ପ୍ରୟାସ କରାଯାଉଛି। ମଧ୍ୟରାତ୍ରରୁ ପବନର ବେଗ ହଠାତ ବଢ଼ିପାରେ। ରାତି ୧୨ଟା ସୁଦ୍ଧା ସୁରକ୍ଷିତ ସ୍ଥାନକୁ ଚାଲି ଆସିବାକୁ ପ୍ରଶାସନ ପକ୍ଷରୁ ମାଇକ୍‌ ଲଗାଇ ପରାମର୍ଶ ଦିଆଯାଉଛି। ଲୋକେ ନ ଶୁଣିଲେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ପୋଲିସ ପଠାଇ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି। କଚ୍ଚା ଘରେ ନ ରହି ବାତ୍ୟା ଆଶ୍ରୟସ୍ଥଳୀକୁ ଆସିଯିବା ଉଚିତ ବୋଲି ଖବରଦାତା ସମ୍ମିଳନୀରେ ଏସ୍‌ଆର୍‌ସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ର୍ନିବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri