‘ଅମ୍ଫନ୍‌’ ସମୟରେ କେନ୍ଦ୍ରାପଡ଼ାରେ ୨ ମହିଳାଙ୍କ ମୃତ୍ୟୁ ଘଟଣା: ଜିଲାପାଳ କହିଲେ ‘ବାତ୍ୟାରେ ହୋଇନାହିଁ’

କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା(ଡି.ଏନ୍‌.ଏ.),୨୧।୫: ସାମୁଦ୍ରିକ ଝଡ ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲାରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିଲା। ହେଲେ ମହିଳାଦ୍ୱୟଙ୍କ ମୃତ୍ୟୁ ବାତ୍ୟାରେ ହୋଇ ନ ଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।

ରାଜନଗର ବ୍ଲକ ସାତଭାୟା ଗ୍ରାମର କୋଇଲି ବେହେରା (୫୭)ଙ୍କ ମୃତ୍ୟୁ ସ୍ବାସ୍ଥ୍ୟଗତ କାରଣରୁ ହୋଇଛି। ସେହିଭଳି ବତୀଘର ପଞ୍ଚାୟତ ବଡ଼ଟୁବି ଗ୍ରାମର ବିକାଶ ରପ୍ତାନଙ୍କ ସ୍ତ୍ରୀ ଯମୁନା ମଣ୍ଡଳଙ୍କ ମୃତଦେହ ଜୋରରୁ ମିଳିଥିଲା। ମାଛ ଧରିବାକୁ ଯାଇ ଘରକୁ ଫେରି ନ ଥିବା ଶାଶୁଘର ଲୋକେ କହିଥିଲେ। ହେଲେ ମୃତାଙ୍କ ମା’ ଆରତି ମଣ୍ଡଳ ଗୁରୁବାର ତାଙ୍କ ଝିଅଙ୍କୁ ହତ୍ୟା କରାଯାଇଥିବା ଜମ୍ବୁ ମେରାଇନ ଥାନାରେ ଅଭିଯୋଗ କରିଛନ୍ତି। ପାରିବାରିକ କଳହକୁ କେନ୍ଦ୍ର କରି ତାଙ୍କ ଝିଅଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସେ ଦର୍ଶାଇଛନ୍ତି। ଅଭିଯୋଗ ଆଧାରରେ ପୋଲିସ (ମାମଲା ନଂ.୫୫/୨୦) ରୁଜୁ କରିବା ସହ ସ୍ବାମୀଙ୍କୁ ଅଟକ ରଖିଛି। ଏଥିସହ ମୃତଦେହକୁ ବ୍ୟବଚ୍ଛେଦ ଲାଗି କେନ୍ଦ୍ରାପଡ଼ାକୁ ପଠାଯାଇଥିବା କେନ୍ଦ୍ରାପଡ଼ା ଜମ୍ମୁ ଅଧିକାରୀ ରାମ କୁମାର ମୁର୍ମୁ ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହା ସଫଳ ହୋଇଛି। ସାତଭାୟାର ବୃଦ୍ଧା କୋଇଲିଙ୍କ ସ୍ବାସ୍ଥ୍ୟଗତ କାରଣରୁ ମୃତ୍ୟୁ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ତାଙ୍କ ପରିବାରକୁ ଅନ୍ତ୍ୟେଷ୍ଟି କ୍ରିୟା ପାଇଁ ୧୦ ହଜାର ଟଙ୍କା ସହାୟତା ଦିଆଯାଇଛି। ବାତ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରାଯାଇ ସ୍ବାଭାବିକ ଚଳଣି ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri