‘ଅମ୍ଫନ’ ପାଇଁ ଜଳଭଣ୍ଡାରରୁ ପାଣି ଛଡାଗଲା

ଭଞ୍ଜନଗର,୧୭।୫(ଡି.ଏନ୍‌.ଏ.)- ସାମୁଦ୍ରିକ ଝଡ଼ ଅମ୍ଫନ୍‌ ପ୍ରଭାବ ଓଡ଼ିଶାର କେତେକ ଜିଲାରେ ପଡିବାକୁ ଥିବାରୁ ଜଳସମ୍ପଦ ବିଭାଗ ପକ୍ଷରୁ ସମ୍ପୃକ୍ତ ଜିଲାରେ ଥିବା ଜଳଭଣ୍ଡାରର ଜଳସ୍ତର କମାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର, ସୋରଡ଼ା, ଡ଼ହ, ବାଘୁଆ, ଧନେଇ, ଘୋଡ଼ାହାଡ଼, ବାଘଲଟି ଜଳଭଣ୍ଡାରର ଜଳସ୍ତର କମାଯାଉଛି। ଜଳଭଣ୍ଡାର ଗୁଡ଼ିକରେ ମାତ୍ର ୬୦ ପ୍ରତିଶତ ପାଣି ରଖି ବଳକା ନଦୀ ଓ କେନାଲ ଦେଇ ଶୁକ୍ରବାର ଠାରୁ ଛାଡ଼ି ଦିଆଯାଉଛି। ଅମ୍ପନ ପ୍ରଭାବରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଜଳସମ୍ପଦ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ବାଲିବସ୍ତା ମହଜୁଦ୍‌ ରଖାଯିବା ସହ କର୍ମଚାରୀଙ୍କୁ ମଧ୍ୟ ସତର୍କ କରି ଦିଆଯାଇଛି। ରାଜସ୍ବ, ପଞ୍ଚାୟତିରାଜ ବିଭାଗ ମଧ୍ୟ ସାମ୍ଭାବ୍ୟ ଅମ୍ପନର ମୁକାବିଲା ପାଇଁ ଆଗୁଆ ପଦକ୍ଷେପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?