ଅମ୍ଫନ ମୁକାବିଲା: ଚାନ୍ଦବାଲି, ବାସୁଦେବପୁରରେ ହାଇଆଲର୍ଟ ଜାରି

ଭଦ୍ରକ ଅଫିସ, ୧୯।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଅମ୍ପନ’ ସହ ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି । ଏ ନେଇ ଭଦ୍ରକ ଜିଲା ଚାନ୍ଦବାଲି ଓ ବାସୁଦେବପୁର ବ୍ଲକରେ ହାଇଆଲର୍ଟ ଜାରି କରିଛନ୍ତି ଜିଲା ପ୍ରଶାସନ। ଏହି ସ୍ଥାନଗୁଡ଼ିକରେ ପବନର ବେଗ ଅଧିକ ରହିବାର ଆଶଙ୍କା କରାଯାଉଛି। ତେବେ ଏହି ସ୍ଥାନଗୁଡ଼ିକରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ସାମାଜିକ ଦୂରତାକୁ ଦୃଷ୍ଟିରେ ରଖି ପ୍ରାୟ ୧୦୪ ଆଶ୍ରୟସ୍ତଳୀ ମଧ୍ୟରୁ ୧୪ଟି ଆଶ୍ରୟସ୍ଥଳୀ ଏବଂ ୫୫୮ଟି ସ୍କୁଲରେ ଲୋକଙ୍କର ରହିବା ବ୍ୟବସ୍ଥା କରାଯାଉଛି। ହାଇଆଲର୍ଟ ଅଞ୍ଚଳଗୁଡ଼ିକରେ ଅଗ୍ନିଶମ ବିଭାଗ ତଥା ଏନ୍‌ଡିଆର୍‌ଏଫ୍‌ ଓ ଓଡ୍ରାଫ୍‌ ଟିମ୍‌ ପଠାଇ ଦିଆଯାଇଛି।
ସେହିପରି ଧାମରା ଏବଂ ଚାନ୍ଦବାଲିରେ ଗୋଟିଏ ଲେଖାଏଁ ଏନ୍‌ଡିଆର୍‌ଏଫ୍‌ ଟିମ ବାତ୍ୟାକାଳୀନ ଉଦ୍ଧାର ନିମନ୍ତେ ସଜାଗ ଥିବା ବେଳେ ବାସୁଦେବପୁରରେ ଗୋଟିଏ ଓଡ୍ରାଫ୍‌ ଟିମ୍‌ ପ୍ରସ୍ତୁତ ରହିଛି। ଏହା ବ୍ୟତୀତ ମହାବାତ୍ୟାର ମୁକାବିଲା ପାଇଁ ୧୭ଟି ଅଗ୍ନିଶମ ଟିମ୍‌ ପ୍ରସ୍ତୁତ ରହିଛି। ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକରେ ମାଇକ ଯୋଗେ ଲୋକମାନଙ୍କୁ ସଚେତନ କରାଯିବା ସହ ବାତ୍ୟା ଆଶ୍ରୟସ୍ଥଳୀକୁ ପଳାଇଯିବାକୁ କୁହାଯାଉଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମହାବାତ୍ୟା ‘ଅମ୍ପନ’ ଉତ୍ତର ଦିଗରେ ପଶ୍ଚିମବଙ୍ଗ ଆଡକୁ ମୁହାଁଉଛି। ଏହା ବର୍ତ୍ତମାନ ପାରାଦୀପଠାରୁ ୪୮୦ କିମି ଦୂରରେ ରହିଛି। ଏହାସହ ପଶ୍ଚିମବଙ୍ଗଠାରୁ ୬୩୦ କିଲୋମିଟର ଦୂରରେ ରହିଛି ମହାବାତ୍ୟା। ୨୦ ତାରିଖ ଅପରାହ୍ନରେ ଏହା ସୁନ୍ଦରବନରେ ଲ୍ୟାଣ୍ଡଫଲ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri