ଅମ୍ଫନ ସମୟରେ ଜନ୍ମିତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଓଡ଼ିଶାର ଅଗ୍ନିଶମ ବାହିନୀର ଉତ୍ସର୍ଗୀକୃତ ତଥା ମାନବୀୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିବା ସହ ଗୁରୁବାର ଟୁଇଟ୍‌ କରି ଏକ ନବଜାତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବାତ୍ୟା ଅମ୍ଫନ୍‌ ସମୟରେ ଜହଁରା ଗାଁର ଜାନକୀ ସେଠୀ(୨୦)ଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକେ ୧୦୮କୁ ଫୋନ୍‌ କରିଥିଲେ। ମାତ୍ର ବାଟରେ ଗଛ ପଡ଼ିଥିବାରୁ ଆମ୍ବୁଲାନ୍ସ ଆସିପାରି ନ ଥିଲା। ଏନେଇ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି ରାସ୍ତାରେ ପଡ଼ିଥିବା ୨୨ଟି ଗଛ କାଟି ଜାନକୀଙ୍କୁ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଜାନକୀ ସେଠାରେ ଏକ କନ୍ୟାସନ୍ତାନକୁ ଜନ୍ମ ଦେଇଥିଲେ। ଉଭୟ ମା’ ଓ ଶିଶୁକନ୍ୟା ସୁସ୍ଥ ଅଛନ୍ତି। ଅମ୍ଫନ ସମୟରେ ଶିଶୁକନ୍ୟା ଜନ୍ମ ହୋଇଥିବାରୁ ଗ୍ରାମବାସୀ ତା’ର ନାଁ ରଖିଛନ୍ତି ଅମ୍ଫାନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri