Posted inଜାତୀୟ

ଅଯୋଧ୍ୟାରେ ହାଇ ଆଲଟ

ଅଯୋଧ୍ୟା,୧୫ା୬(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଅଯୋଧ୍ୟା ସହରରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ଥିବା ଗୋଇନ୍ଦା ସୂଚନା ମିଳିବା ପରେ ଏହାକୁ ହାଇ ଆଲର୍ଟରେ ରଖାଯାଇଛି। ଆତଙ୍କବାଦୀମାନେ ନେପାଳ ଦେଇ ଉକ୍ତ ସହରରେ ପ୍ରବେଶ କରିପାରନ୍ତି ବୋଲି ଜଣେ ବରିଷ୍ଠ ସୁରକ୍ଷା ଅଧିକାରୀ କହିଛନ୍ତି। ସେଥିପାଇଁ ଅଯୋଧ୍ୟା ଆସୁଥିବା ସମସ୍ତ ଟ୍ରେନ୍‌ ଓ ବସ୍‌ ସମେତ ହୋଟେଲ, ଲଜ୍‌ ଓ ଗେଷ୍ଟହାଉସ୍‌ଗୁଡିକୁ ଯାଞ୍ଚ କରାଯାଉଛି। ଏଥିସହିତ ୨୦୦୫ ଅଯୋଧ୍ୟା ଆତଙ୍କବାଦୀ ଆକ୍ରମଣ ଘଟଣାର ରାୟ ଆସନ୍ତା ୧୮ରେ ପ୍ରକାଶ ପାଇବାକୁ ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଥିବା ଅଧିକାରୀ ଜଣକ କହିଛନ୍ତି। ୨୦୦୫ ଜୁନ୍‌ ୫ରେ ଅଯୋଧ୍ୟାରେ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ ହୋଇଥିଲା। ସୁରକ୍ଷା ବଳର ଗୁଳିରେ ୫ ଆତଙ୍କବାଦୀ ନିହତ ହେବା ସହ ଅନ୍ୟ ୪ କଶ୍ମୀରୀ ଆତଙ୍କବାଦୀ ଗିରଫ ହୋଇଥିଲେ। ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ୧୬ରେ ତାଙ୍କର ୧୮ ଏମ୍‌ପିଙ୍କ ସହ ଅଯୋଧ୍ୟା ଗସ୍ତ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri