Posted inଜାତୀୟ

ଅଯୋଧ୍ୟାର ଗୁମନାମୀ ବାବା ହିଁ ଥିଲେ ସୁଭାଷ ବୋଷ: ଆମେରିକା ହସ୍ତାକ୍ଷର ଯାଞ୍ଚ୍‌କର୍ତ୍ତାଙ୍କ ରିପୋର୍ଟ ପୁସ୍ତକରେ ପାଇଲା ପ୍ରକାଶ

ନୂଆଦିଲ୍ଲୀ,୨୫।୪: ଅଯୋଧ୍ୟାରେ ୧୯୮୨ରୁ ୧୯୮୫ ପର୍ଯ୍ୟନ୍ତ ଶେଷ ଜୀବନ ବିତାଇଥିବା ଗୁମନାମୀ ବାବା ହିଁ ନେତାଜୀ ସୁଭାଷ ବୋଷ ଥିଲେ। ଏନେଇ ଏକ ପୁସ୍ତକରେ ଦର୍ଶାଯାଇଛି। ଲୋକେ ପୂର୍ବରୁ ଗୁମ୍‌ନାମୀ ବାବାଙ୍କୁ ଭଗବାନଜୀ କହୁଥିଲେ। ସେ ଫୈଜାବାଦ୍‌ ଜିଲାର ରାମ ଭବନରେ ରହୁଥିଲେ। ତାଙ୍କ ସହିତ ନେତାଜୀଙ୍କର ଅନେକ ସାମ୍ୟତା ଥିଲା। ସେ ନେତାଜୀଙ୍କ ଭଳି ଚଷମା ଏବଂ ପକେଟରେ ରୋଲେକ୍ସ୍‌ ଘଡ଼ି ରଖୁଥିଲେ। ୧୯୮୫ ସେପ୍ଟେମ୍ବର ୧୬ରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କର ସମସ୍ତ ଆବଶ୍ୟକୀୟ ଆସବାବପତ୍ରର ଯାଞ୍ଚ୍‌ ହୋଇଥିଲା। ସେଥିରୁ ରୋଲେକ୍ସ୍‌, ଓମେଗା ଏବଂ କୋନୋ ମିଟର ସହିତ ନେତାଜୀଙ୍କ ମାତାପିତାଙ୍କ ଫଟୋ ଆଦି ମିଳିଥିଲା। ଏହା ସହିତ ବଙ୍ଗଳା ଏବଂ ଇଂଲିଶ୍‌ରେ ଲେଖାଥିବା କେତେକ ଚିଠି ଓ ପୁସ୍ତକ ମଧ୍ୟ ମିଳିଥିଲା। ଏହା ସହିତ ଗୁମ୍‌ନାମୀ ବାବା ୧୯୬୨ରୁ ୧୯୮୫ ପର୍ଯ୍ୟନ୍ତ ଲେଖିଥିବା ୧୩୦ଟି ଚିଠିର ଯାଞ୍ଚ ହୋଇଥିଲା। ଏସବୁ ଇଣ୍ଡିଆନ୍‌ ନ୍ୟାସନାଲ୍‌ ଆର୍ମିର ସଦସ୍ୟ ତଥା ନେତାଜୀଙ୍କ ନିକଟତମ ସହେଯୋଗୀ ମୋହନ ରାୟଙ୍କୁ ଲେଖା ଯାଇଥିଲା। ଏହି ପୁସ୍ତକରେ ଆମେରିକା ହସ୍ତାକ୍ଷର ଯାଞ୍ଚକର୍ତ୍ତାଙ୍କ ରିପୋର୍ଟକୁ ସ୍ଥାନୀତ କରାଯାଇଛି। ନେତାଜୀଙ୍କ ହସ୍ତାକ୍ଷର ସହିତ ଗୁମନାମୀ ବାବାଙ୍କ ହସ୍ତାକ୍ଷର ମେଳ ଖାଉଥିବା ଏଥିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri