Posted inଜାତୀୟ

ଅଯୋଧ୍ୟା ରାୟ ପରେ ୯୦ ଗିରଫ

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୧ା୧୧: ସୁପ୍ରିମକୋର୍ଟ ଅଯୋଧ୍ୟା ରାୟ ଦେବା ପରଠୁ ପ୍ରାୟ ୯୦ ଜଣଙ୍କୁ ଗିରଫ କରାଯାଇଥିବାବେଳେ ୮ ହଜାରରୁ ଊର୍ଦ୍ଧ୍ୱ ପୋଷ୍ଟ ସୋସିଆଲ ମିଡିଆରୁ ହଟାଯାଇଛି। ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି ହେବାର ଆଶଙ୍କା ଥିବାରୁ କୌଣସି ପ୍ରକାର ଅଘଟଣକୁ ଏଡ଼ାଇବା ପାଇଁ ଅଯୋଧ୍ୟାରେ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଇତିମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ବିଭିନ୍ନ ମୁଖ୍ୟମନ୍ତ୍ରୀମାନଙ୍କୁ ଫୋନ୍‌ କରି ନିଜ ନିଜ ରାଜ୍ୟରେ ଶାନ୍ତି ସୁନିଶ୍ଚିତ କରିବା ଲାଗି ପରାମର୍ଶ ଦେଇଛନ୍ତି।
ସୂଚନାନୁସାରେ ଫେସ୍‌ବୁକ୍‌, ଟୁଇଟର୍‌ ଓ ୟୁ ଟ୍ୟୁବ୍‌ ଭଳି ସାମାଜିକ ଗଣମାଧ୍ୟମରେ ବିବାଦୀୟ ପୋଷ୍ଟିଂ କରି ଉତ୍ତେଜନାପୂର୍ଣ୍ଣ ସ୍ଥିତି ସୃଷ୍ଟି କରିବା ଅଭିଯୋଗରେ କେବଳ ଉତ୍ତରପ୍ରଦେଶରେ ପୋଲିସ ୭୭ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ୪୦ ଜଣ ରବିବାର ଗିରଫ ହୋଇଛନ୍ତି। ୮,୨୭୫ ପୋଷ୍ଟିଂ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ମଧ୍ୟପ୍ରଦେଶର ସେଓନିରେ ୮ ଓ ଗ୍ବାଲିୟରରେ ୨ ଜଣ ଗିରଫ ହୋଇଛନ୍ତି।
ଅନ୍ୟପକ୍ଷରେ ସର୍ବୋଚ୍ଚ ଅଦାଲତଙ୍କ ରାୟକୁ ନେଇ ଉଲ୍ଲସିତ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଅଯୋଧ୍ୟାର ବିଭିନ୍ନ ମନ୍ଦିରରେ ଦେଖିବାକୁ ମିଳିଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସେମାନେ ବିଭିନ୍ନ ମନ୍ଦିର ଯାଇ ପୂଜାର୍ଚ୍ଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri