Posted inଖେଳ

ଅରୁଣାଚଳପ୍ରଦେଶକୁ ହରାଇ ଝାଡ଼ଖଣ୍ଡ ଚାମ୍ପିୟନ

କଟକ ଅଫିସ,୨୧ା୬- ଅଲ୍‌ ଇଣ୍ଡିଆ ଫୁଟ୍‌ବଲ ଫେଡେରେଶେନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରେ ଝାଡ଼ଖଣ୍ଡ ଚାମ୍ପିୟନ ହୋଇଛି। ଗୁରୁବାର ଅନୁଷ୍ଠିତ ଫାଇନାଲ ମୁକାବିଲାରେ ଝାଡ଼ଖଣ୍ଡ ୪-୦ ଗୋଲରେ ଅରୁଣାଚଳପ୍ରଦେଶକୁ ହରାଇ ଦେଇଛି। ଏକତରଫା ଭାବେ ଝାଡ଼ଖଣ୍ଡ ଏହି ମ୍ୟାଚ୍‌ରେ ବିଜୟୀ ହୋଇଥିଲା। ପ୍ରଥମାର୍ଦ୍ଧର ୧୫ତମ ମିନିଟରେ ସୋନୀ ମୁଣ୍ଡା ଓ ୨୩ତମ ମିନିଟରେ ବାସନ୍ତୀ ଲାକ୍ରା ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ସୋନୀ ଓ ବାସନ୍ତୀ ଦ୍ୱିତୀୟାର୍ଦ୍ଧରେ ମଧ୍ୟ ଗୋଟିଏ ଲେଖାଏ ଗୋଲ ଦେଇ ଦଳକୁ ସହଜ ବିଜୟ ପ୍ରଦାନ କରିଛନ୍ତି। ବାସନ୍ତୀ ୫୮ତମ ମିନିଟରେ ଓ ସୋନୀ ୮୫ତମ ମିନିଟରେ ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ଦେଇ ଝାଡ଼ଖଣ୍ଡକୁ ୪-୦ ଗୋଲରେ ଏକତରଫା ଭାବେ ବିଜୟୀ କରାଇଥିଲେ। ପୂର୍ବତନ ଅର୍ନ୍ତଜାତୀୟ ଫୁଟବଲ ଖେଳାଳି ଆର୍‌.ପି, ସିଂ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ) ଉପସଭାପତି ଭକ୍ତ ବଲ୍ଲଭ ଦାସ, ଏଆଇଏଫ୍‌ଏଫ୍‌ର ସହକାରୀ ମ୍ୟାନେଜର ସ୍ବପ୍ନା ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହିଥିଲେ। ଫାଓ ସମ୍ପାଦକ ସଞ୍ଜୟ ବେହେରା ଟୁର୍ନାମେଣ୍ଟକୁ ସଫଳପୂର୍ଣ୍ଣ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri