Posted inଜାତୀୟ

ଅରୁଣାଚଳରେ ଉଗ୍ରପନ୍ଥୀ ଆକ୍ରମଣ: ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା

ଇଟାନଗର,୨୨ା୫(ପି.ଟି./ଆଇଏନ୍‌ଏସ୍‌): ଅରୁଣାଚଳ ପ୍ରଦେଶରେ ନାଗା ଉଗ୍ରପନ୍ଥୀମାନେ ମଙ୍ଗଳବାର ଜଣେ ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା କରିଛନ୍ତି। ବିଧାୟକ ତଥା ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନ୍‌ପିପି) ପ୍ରାର୍ଥୀ ତିରୋଙ୍ଗ ଓ ଅନ୍ୟମାନେ ୩ଟି କାର୍‌ରେ ଆବୋହ ଆସାମରୁ ଫେରୁଥିବାବେଳେ ଅରୁଣାଚଳର ତିରାପ ଜିଲାର ଏକ ସ୍ଥାନରେ ଉଗ୍ରବାଦୀମାନେ ସେମାନଙ୍କୁ ଅଟକରାଇ ଆଖିବୁଜା ଗୁଳିବର୍ଷା କରିଥିଲେ। ଏଥିରେ ତିରୋଙ୍ଗ, ତାଙ୍କ ପରିବାରର ୬ ଜଣ ଓ ୪ ସୁରକ୍ଷା କର୍ମୀ ନିହତ ହୋଇଛନ୍ତି। ଉଗ୍ରପନ୍ଥୀଙ୍କୁ ଧରିବା ଲାଗି ଆସାମ ରାଇଫଲ୍ସ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ତଲାସି ଅଭିଯାନକୁ ଜୋର୍‌ଦାର କରାଯାଇଛି। ଏନ୍‌ପିପି ଅଧ୍ୟକ୍ଷ ତଥା ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ୍‌ ସଙ୍ଗ୍‌ମା ଏହାର ନିନ୍ଦା କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।
ଖୋନ୍‌ସା ଓ୍ବେଷ୍ଟ ନିର୍ବାଚନମଣ୍ଡଳୀ ବିଧାୟକ ତିରୋଙ୍ଗ ସଦ୍ୟ ସମାପ୍ତ ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ପୁନଃ ନିର୍ବାଚିତ ହେବା ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଉଗ୍ରପନ୍ଥୀ ସଙ୍ଗଠନ ନ୍ୟାଶନାଲିଷ୍ଟ ସୋସିଆଲିଷ୍ଟ କାଉନ୍‌ସିଲ୍‌ ଅଫ୍‌ ନାଗାଲାଣ୍ଡ ଇସାକ୍‌ ଆଣ୍ଡ ମୁଇଭା (ଏନ୍‌ଏସ୍‌ସିଏନ୍‌-ଆଇଏମ୍‌) ପକ୍ଷରୁ ପୂର୍ବରୁ ତିରୋଙ୍ଗଙ୍କୁ ହତ୍ୟା ଧମକ ମିଳିଥିଲା। ତିରୋଙ୍ଗ ନିଜ ପରିବାର ସହ ୩ଟି କାର୍‌ରେ ଆସାମରୁ ଖୋନ୍‌ସାକୁ ଫେରୁଥିଲେ। ଗୋଟିଏ କାର୍‌ ତିରୋଙ୍ଗଙ୍କ ପୁଅ ଚଳାଉଥିଲେ। ସେମାନେ ପୂର୍ବାହ୍ନ ୧୧ଟା ୩୦ରେ ଅରୁଣାଚଳ ରାଜଧାନୀ ଇଟାନଗରଠାରୁ ୨୬୦ କି.ମି. ଦୂର ବୋଗାପାନିରେ ପହଞ୍ଚତ୍ଥିବାବେଳେ ସଶସ୍ତ୍ର ଏନ୍‌ଏସ୍‌ସିଏନ୍‌-ଆଇଏମ୍‌ ଉଗ୍ରପନ୍ଥୀମାନେ ଅଟକାଇ ଖୁବ୍‌ ନିକଟରୁ ଗୁଳି ଚଳାଇଥିଲେ। ଗୁଳିମାଡ଼ରେ ଘଟଣାସ୍ଥଳରେ ସମସ୍ତଙ୍କ ମୃତ୍ୟୁ ଘଟିଥିବା ତିରାପ ଡେପୁଟି କମିଶନର ପି.ଏନ୍‌. ଥୁଙ୍ଗନ୍‌ ସୂଚନା ଦେଇଛନ୍ତି। ଅରୁଣାଚଳ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଏହି ଆକ୍ରମଣର ଦୃଢ଼ନିନ୍ଦା କରିଛନ୍ତି। ମେଘାଳୟ ମୁଖ୍ୟମନ୍ତ୍ରୀ କନ୍‌ରାଡ୍‌ ସଙ୍ଗ୍‌ମା ଏହାକୁ ଅତ୍ୟନ୍ତ ବର୍ବର ବୋଲି ଅଭିହିତ କରିବା ସହ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଆକ୍ରମଣ ପାଇଁ ଯେଉଁମାନେ ଦାୟୀ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ପାଇଁ କନ୍‌ରାଡ୍‌ ଦାବି କରିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂ ଶୋକବ୍ୟକ୍ତ କରିବା ସହ ସମବେଦନା ଜଣାଇଛନ୍ତି। ହତ୍ୟାକାରୀଙ୍କୁ ଛଡ଼ାଯିବ ନାହିଁ ବୋଲି ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri