Posted inଜାତୀୟ

ଅରୁଣାଚଳରେ ପୁଣି ଖଣ୍ଡୁ ସରକାର

ଇଟାନଗର, ୩୦ା୫(ପି.ଟି.): ଅରୁଣାଚଳ ପ୍ରଦେଶର ଦଶମ ମୁଖ୍ୟମନ୍ତ୍ରୀ ଭାବେ ବରିଷ୍ଠ ଭାଜପା ନେତା ପେମା ଖଣ୍ଡୁ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଦୋର୍ଜି ଖଣ୍ଡୁ କନ୍‌ଭେନଶନ ସେଣ୍ଟରରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟପାଳ ବ୍ରିଗେଡିୟର (ଅବସରପ୍ରାପ୍ତ) ବି.ଡି. ମିଶ୍ର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଉପମୁଖ୍ୟମନ୍ତ୍ରୀ ଚୋନା ମୈନଙ୍କ ସମେତ ୧୧ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ, ମେଘାଳୟ ମୁଖ୍ୟମନ୍ତ୍ରୀ କନ୍‌ରାଡ କେ ସଙ୍ଗମା, ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ନୈଫିଉ ରିଓ, ଓ୍ବାଇ ପାଟନ, ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ୍‌, ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ ସିଂ, ଭାଜପା ସାଧାରଣ ସମ୍ପାଦକ ରାମ ମାଧବ ପ୍ରମୁଖ ଯୋଗଦେଇଥିଲେ। ଖଣ୍ଡୁଙ୍କ ନୂଆ କ୍ୟାବିନେଟରେ ପୂର୍ବ ମନ୍ତ୍ରିମଣ୍ଡଳର ୬ ଜଣ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି। ସେମାନେ ହେଲେ ଚୌନା ମୈନ, ଓ୍ବାଙ୍ଗକି ଲୋଓ୍ବାଙ୍ଗ, ହୋନ୍‌ଚୁନ୍‌ ଗଣ୍ଡମ୍‌, କାମଲୁଙ୍ଗ ମୋସାଙ୍ଗ, ଅଲୋ ଲିବାଙ୍ଗ ଏବଂ ବାମାଙ୍ଗ ଫେଲିକ୍ସ। ଏହାବ୍ୟତୀତ ପୂର୍ବରୁ ଉପବାଚସ୍ପତି ଥିବା ଟୁମକେ ବାଗ୍ରାଙ୍କୁ ମଧ୍ୟ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଛି।
ପେମା ଖଣ୍ଡୁ ହେଉଛନ୍ତି ଅରୁଣାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦୋର୍ଜି ଖଣ୍ଡୁଙ୍କ ପୁଅ। ୨୦୧୧ ହେଲିକପ୍ଟର ଦୁର୍ଘଟଣାରେ ଦୋର୍ଜିଙ୍କ ପରଲୋକ ହୋଇଥିଲା। କ୍ରୀଡା ଓ ସଙ୍ଗୀତ ପ୍ରତି ଆଗ୍ରହୀ ଥିବା ପେମା ଖଣ୍ଡୁ ଅରୁଣାଚଳପ୍ରଦେଶ ରାଜନୀତିରେ ସ୍ବତନ୍ତ୍ର ସ୍ଥାନ ହାସଲ କରିପାରିଛନ୍ତି। ଏହି ଉତ୍ତରପୂର୍ବାଞ୍ଚଳ ରାଜ୍ୟରେ ପଦ୍ମ ଫୁଟାଇବାରେ ତାଙ୍କର ବଡ଼ ଭୂମିକା ରହିଛି। ପେମା ପ୍ରଥମେ ନୋବୁମ ତୁକିଙ୍କ ସରକାରରେ ଜଳସମ୍ପଦ ମନ୍ତ୍ରୀ ଭାବେ ଯୋଗଦେଇଥିଲେ। ୨୦୧୬ ଜୁଲାଇରେ ସେ ପ୍ରଥମେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ୫ ମାସ ମଧ୍ୟରେ ସେ ଓ ତାଙ୍କ ମନ୍ତ୍ରିମଣ୍ଡଳ ଦୁଇ ଥର ଦଳବଦଳ କରି କଂଗ୍ରେସରୁ ପିପୁଲ୍ସ ପାର୍ଟି ଅଫ୍‌ ଅରୁଣାଚଳ ଏବଂ ପରେ ଭାଜପାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri