Posted inଜାତୀୟ

ଅରୁଣ ଜେଟଲୀ: ଛାତ୍ରନେତାରୁ ଅର୍ଥମନ୍ତ୍ରୀ; ୪୫ ବର୍ଷର ରାଜନୈତିକ ଜୀବନ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଶନିବାର ପରଲୋକ ହୋଇଛି। ୧୯୫୨ ଡିସେମ୍ବର ୨୮ରେ ସେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମାତା ରତ୍ନପ୍ରଭା ଏବଂ ପିତା କିଶନ ଜେଟଲୀ ପୁଅ ଜନ୍ମ ନେଇ ବେଶ୍‌ ଆନନ୍ଦିତ ଥିଲେ। ପିତା ପେଶାରେ ଜଣେ ଆଇନଜୀବୀ ଥିଲେ। ସେ ଅରୁଣ ତାଙ୍କ ପେଶାରେ ସାମିଲ୍‌ ହୁଅନ୍ତୁ ବୋଲି ଚାହୁଁଥିଲେ। ପରେ ଅରୁଣଙ୍କ ପ୍ରାଥମିକ ଶିକ୍ଷା ଦିଲ୍ଲୀର ସେଣ୍ଟ ଜାଭିୟର୍ସ ସ୍କୁଲରେ ଆରମ୍ଭ ହୋଇଥିଲା। ଏହାପରେ ୧୯୭୩ରେ ଅରୁଣ ଦିଲ୍ଲୀର ଶ୍ରୀରାମ କଲେଜ ଅଫ କମର୍ସରେ ଅଧ୍ୟୟନ କରିଥିଲେ। ଏହାପରେ ସ୍ନାତକ ଡିଗ୍ରୀ ହାସଲ ପରେ ୧୯୭୭ରେ ଆଇନରେ ଡିଗ୍ରୀ ନେଇଥିଲେ। ତାଙ୍କର ଦୀର୍ଘ ୪୫ ବର୍ଷର ରାଜନୈତିକ ଜୀବନ କଲେଜରୁ ହିଁ ଜଣେ ଛାତ୍ର ନେତା ଭାବେ ଆରମ୍ଭ ହୋଇଥିଲା। ୧୯୭୪ରେ ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ସଭାପତି ହୋଇଥିଲେ। ଏହାପରେ ୧୯୯୧ରେ ଭାଜପା କାର୍ଯ୍ୟକାରିଣୀର ସଦସ୍ୟ ହୋଇଥିଲେ। ୧୯୯୯ ଲୋକ ସଭା ନିର୍ବାଚନ ପୂର୍ବରୁ ଅରୁଣଙ୍କୁ ଭାଜପା ପ୍ରବକ୍ତା ଭାବେ ନିଯୁକ୍ତ କରାଯାଇଥିଲା। ୧୯୯୯ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ସେ ସୂଚନା ପ୍ରସାରଣ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ବାଜପେୟୀ କ୍ୟାବିନେଟ୍‌ରୁ ରାମ ଜେଠାମାଳିନୀଙ୍କ ଇସ୍ତଫା ପରେ ୨୦୦୦ ଜୁଲାଇ ୨୩ରେ ଅରୁଣଙ୍କୁ ଅତିରିକ୍ତ ଭାବେ ଆଇନ ବିଭାଗର ଦାୟିତ୍ୱ ପ୍ରଦାନ କରାଯାଇଥିଲା। ୨୦୦୩ ଜାନୁୟାରୀ ୨୯ରେ ସେ ବାଣିଜ୍ୟ, ଉଦ୍ୟୋଗ ଏବଂ ଆଇନ ମନ୍ତ୍ରୀ ଦାୟିତ୍ୱ ବହନ କରିଥିଲେ। ୨୦୦୪ ଲୋକ ସଭା ନିର୍ବାଚନରେ ଭାଜପାର ପରାଜୟ ପରେ ଅରୁଣଙ୍କୁ ଭାଜପା ମହାସଚିବ ପଦ ମିଳିଥିଲା। ୨୦୦୯ରେ ରାଜ୍ୟ ସଭାରେ ସେ ବିରୋଧୀ ଦଳ ନେତା ଭାବେ କାର୍ଯ୍ୟ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରରେ ୨୦୧୪ ମେ ୨୬ରେ ସେ ଅର୍ଥମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୨୦୧୮ରେ ସେ ଉତ୍ତରପ୍ରଦେଶରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ତେବେ ୨୦୧୯ରେ ଲୋକ ସଭା ନିର୍ବାଚନ ପୂର୍ବରୁ କୌଣସି ଦାୟିତ୍ୱ ବହନ କରିବାକୁ ଅବା ନିର୍ବାଚନ ଲଢ଼ିବାକୁ ମନା କରିଥିଲେ। ନିଜର ସ୍ବାସ୍ଥ୍ୟଗତ କାରଣରୁ ସେ ଏଭଳି ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?