ଅରୁଣ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଜଣାଶୁଣା ବ୍ୟବସାୟୀ ତଥା ଭୁବନେଶ୍ୱର ବାପୁଜୀ ନଗରସ୍ଥିତ ଷ୍ଟାର୍‌ ଅପ୍ଟିକୋ ଏବଂ ନେତ୍ର ମନ୍ଦିରର ମ୍ୟାନେଜିଂ ପାର୍ଟନର୍‌ ଅରୁଣ କିଶୋର ଶତପଥୀଙ୍କର ସୋମବାର ଦେହାନ୍ତ ହୋଇଯାଇଛି। ପୂର୍ବାହ୍ନ ୧୧ଟା ୫୦ରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ତାଙ୍କୁ ୭୧ବର୍ଷ ହୋଇଥିଲା। ଭିମଟାଙ୍ଗୀ ହାଉସିଂ ବୋର୍ଡ କଲୋନୀ ବାସିନ୍ଦା ଅରୁଣଙ୍କ ପୈତୃକ ଘର ପୁରୀ ଜିଲା ବଳଙ୍ଗା ଗ୍ରାମରେ ହୋଇଥିବା ବେଳେ ସେ ଭୁବନେଶ୍ୱରରେ ଜଣେ ପ୍ରତିଷ୍ଠିତ ବ୍ୟବସାୟୀଭାବେ ପରିଚିତ ଥିଲେ। ତାଙ୍କ ସ୍ତ୍ରୀ ମନୋରମା ଶତପଥୀ, ଏକମାତ୍ର ପୁଅ ସତ୍ୟବ୍ରତ ଶତପଥୀ, ପୁତ୍ରବଧୂ ଆଶକ୍ତି ଶତପଥୀ ଓ ୩ ଝିଅ ବନ୍ଦନା ତ୍ରିପାଠୀ, ଈପ୍‌ସିତା ରଥ, ମଧୁସ୍ମିତା ହୋତା ଏବଂ ଜ୍ୱାଇଁ ଲିଙ୍ଗରାଜ ତ୍ରିପାଠୀ, ରତ୍ନାକର ରଥ, ହିମାଂଶୁ ହୋତା ଅଛନ୍ତି। ସାନ ଜ୍ୱାଇଁ ହିମାଂଶୁ ‘ଧରିତ୍ରୀ’ର ମାର୍କେଟିଂ ହେଡ୍‌ଭାବେ କାର୍ଯ୍ୟ କରନ୍ତି। ୫ଦିନ ତଳେ ଅରୁଣ ଫୁସ୍‌ଫୁସ୍‌ ଜନିତ ରୋଗରେ ପୀଡ଼ିତ ହୋଇ ହଠାତ୍‌ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ହେଲେ ସୋମବାର ପୂର୍ବାହ୍ନରେ ସେ ଇହଧାମ ତ୍ୟାଗ କରିଥିଲେ। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା। ପୁତ୍ର ସତ୍ୟବ୍ରତ ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri