Posted inଖେଳ

ଅର୍ଜୁନ ପୁରସ୍କାର: ବୁମ୍‌ରା ମୁଖ୍ୟ ଦାବିଦାର

ନୂଆଦିଲ୍ଲୀ, ୧୪ା୫ (ପି.ଟି.)-ଚଳିତ ବର୍ଷରୁ ଅର୍ଜୁନ ପୁରସ୍କାର ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଜାତୀୟ ଦଳର ପ୍ରମୁଖ ପେସ୍‌ ବୋଲର ଯଶପ୍ରୀତ୍‌ ବୁମ୍‌ରାଙ୍କ ନାମ ସୁପାରିସ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ଗୁଜରାଟର ଏହି କ୍ରିକେଟର ୪ବର୍ଷ ହେଲା ଜବରଦସ୍ତ ପ୍ରଦର୍ଶନ କରି ଆସୁଥିବାରୁ ତାଙ୍କୁ ସବୁଠାରୁ ଯୋଗ୍ୟ ପ୍ରାର୍ଥୀ ବିବେଚନା କରାଯାଉଛି। ବିସିସିଆଇ ଯଦି ପୁରୁଷ ବିଭାଗରେ ଏକାଧିକ ନାମ ସୁପାରିସ କରେ ତେବେ ଓପନର ଶିଖର ଧାଓ୍ବନଙ୍କୁ ପ୍ରାର୍ଥୀ କରିପାରେ। ବୋର୍ଡ ୨୦୧୮ରେ ଧାଓ୍ବନଙ୍କ ନାମ ପଠାଇଥିଲା, ମାତ୍ର ସେ ପୁରସ୍କାର ପାଇଁ ବିବେଚିତ ହୋଇପାରି ନ ଥିଲେ। ଗତବର୍ଷ ଆମେ ପୁରୁଷ ବିଭାଗରେ ବୁମ୍‌ରା, ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ଶାମିଙ୍କ ନାମ ସୁପାରିସ କରିଥିଲୁ। ପୁରସ୍କାର ପାଇଁ ଉଚ୍ଚସ୍ତରରେ ୩ ବର୍ଷର ପ୍ରଦର୍ଶନକୁ ମାନଦଣ୍ଡ କରାଯାଇଥିବାରୁ ବୁମ୍‌ରାଙ୍କ ନାମ କାଟ୍‌ ଖାଇଯାଇଥିଲା। କାରଣ ସେତେବେଳେକୁ ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କର ମାତ୍ର ୨ ବର୍ଷ ପୂରଣ ହୋଇଥିଲା। ଜାଡେଜା ତାଙ୍କଠାରୁ ସିନିୟର ରହିଥିବାବେଳେ ବହୁ ବର୍ଷ ହେଲା ସ୍ଥିର ପ୍ରଦର୍ଶନ କରି ଆସୁଥିବାରୁ ତାଙ୍କୁ ଅର୍ଜୁନ ପୁରସ୍କାର ମିଳିଥିଲା। ୨୬ ବର୍ଷୀୟ ବୁମ୍‌ରା ୧୪ଟି ଟେଷ୍ଟ ମ୍ୟାଚରେ ୬୮ ଉଇକେଟ ଅକ୍ତିଆର କରିଥିବାବେଳେ ୬୪ ଅନ୍ତର୍ଜାତୀୟ ଦିନିକିଆରୁ ୧୦୪ ଉଇକେଟ ଏବଂ ୫୦ ଅନ୍ତର୍ଜାତୀୟ ଟି୨୦ରୁ ୫୯ ଉଇକେଟ ହାସଲ କରିସାରିଛନ୍ତି। ସେ ଏକଦା ଆଇସିସିର ନମ୍ବର ଓ୍ବାନ ଅନ୍ତର୍ଜାତୀୟ ଦିନିକିଆ ବୋଲର ବିବେଚିତ ହୋଇଥିଲେ। ଏସିଆର ଏକମାତ୍ର ବୋଲର ଭାବେ ଦକ୍ଷିଣ ଆଫ୍ରିକା, ଇଂଲଣ୍ଡ, ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜରେ ୫ ଉଇକେଟ ସଫଳତା ହାସଲ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri