Posted inଜାତୀୟ

ଅର୍ଣ୍ଣବ ଗୋସ୍ବାମୀଙ୍କୁ ଆକ୍ରମଣ

ନୂଆଦିଲ୍ଲୀ,୨୪ା୪: ରିପବ୍ଲିକ୍‌ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଆକ୍ରମଣ ହୋଇଛି। ଅର୍ଣ୍ଣବ ଓ ତାଙ୍କ ସ୍ତ୍ରୀ କାର୍‌ ଯୋଗେ ସେମାନଙ୍କର ଓ୍ବର୍ଲି ବାସଭବନକୁ ଫେରୁଥିବାବେଳେ ସ୍କୁଟରରେ ଦୁଇଜଣ ଦୁର୍ବୃତ୍ତ ସେମାନଙ୍କ ଗାଡ଼ିକୁ ଅଟକାଇ ଆକ୍ରମଣ କରି ତାଙ୍କ କାର ଉପରକୁ କାଳି ଫିଙ୍ଗିବା ସହ କାଚ ଭାଙ୍ଗିବାକୁ ଉଦ୍ୟମ କରିଥିଲେ। ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଆକ୍ରମଣକାରୀ କଂଗ୍ରେସ ଦଳର ବୋଲି ସ୍ବୀକାର କରିଥିବା ଅର୍ଣ୍ଣବ କହିଛନ୍ତି।
ଜଣେ ବରିଷ୍ଠ ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣାକୁ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ନିନ୍ଦା କରିବା ସହ ଏହି ଘଟଣା ପାଇଁ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କଂଗ୍ରେସ ମୁଖ୍ୟମନ୍ତ୍ରୀମାନେ ଅର୍ଣ୍ଣବ ଗୋସ୍ବାମୀଙ୍କୁ ସର୍ବସାଧାରଣରେ ଧମକ ଦେବା ପରେ ଏଭଳି ଆକ୍ରମଣରେ ସେ ମର୍ମାହତ ବୋଲି ନଡ୍ଡା କହିଛନ୍ତି। ଆକ୍ରମଣକାରୀଙ୍କ ବିରୋଧରେ ରାଜ୍ୟ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉ ବୋଲି ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି। ପ୍ରେସ୍‌ କାଉନ୍‌ସିଲ ଅଫ୍‌ ଇଣ୍ଡିଆ (ପିସିଆଇ) ଆକ୍ରମଣକୁ ନିନ୍ଦା କରିବା ସହ ମହାରାଷ୍ଟ୍ର ସରକାର ଏହା ଉପରେ ରିପୋର୍ଟ ଦିଅନ୍ତୁ ବୋଲି ଦାବି କରିଛି।
ଅନ୍ୟପକ୍ଷରେ ଏଆଇସିସି କୋଷାଧ୍ୟକ୍ଷ ଅହମ୍ମଦ ପଟେଲ କହିଛନ୍ତି, ପ୍ରଚାରବାଦୀମାନେ ଅଭିବ୍ୟକ୍ତି ସ୍ବାଧୀନତାକୁ ଦେଶ ବିଭାଜନ ଲାଗି ବିଷ ଭଳି ପ୍ରୟୋଗ କରୁଛନ୍ତି। ଭାରତୀୟ ସମ୍ବିଧାନ ଦ୍ୱାରା ପ୍ରଦତ୍ତ ଏହି ସ୍ବାଧୀନତାକୁ ନେଇ କେହି ଅସ୍ତ୍ର ଭାବେ ବ୍ୟବହାର କରିବା ଅନୁଚିତ। ଅର୍ଣ୍ଣବଙ୍କ ଉପରେ ଆକ୍ରମଣ ହୋଇଥିବାବେଳେ ସେ ଏଥିଲାଗି ସୋନିଆଙ୍କୁ ଦାୟୀ କରିଥିଲେ। ଅହମ୍ମଦ ଏହି ଅଭିଯୋଗକୁ ଖଣ୍ଡନ କରିବା ସହ କଂଗ୍ରେସ କେବେ ଏତେ ତଳକୁ ଖସେ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri