ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲା : ଆଶୀର୍ବାଦଙ୍କ ସହ ୩ଜଣଙ୍କ ବିରୋଧରେ ଚାର୍ଜଶିଟ୍‌

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲାରେ ସିବିଆଇର ପ୍ରାଥମିକ ଚାର୍ଜଶିଟ୍‌ ସିବିଆଇ କୋର୍ଟରେ ଗୁରୁବାର ଦାଖଲ କରିଛି। ସିବିଆଇ ଓଡ଼ିଶା କ୍ରିକେଟ ଆସୋସିଏଶନ୍‌(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ସହ ଅନ୍ୟ ଦୁଇ ଜଣଙ୍କ ନାମରେ ଏହି ଚାର୍ଜଶିଟ୍‌ ଦାଖଲ କରିଛି। ଅନ୍ୟ ଦୁଇ ଜଣ ହେଲେ ଖାରବେଳ ନଗର ଥାନା କଡରେ ଥିବା ହୋଟେଲ ସୋଲାନ ଇନ୍‌ର ମାଲିକ କମଳାକାନ୍ତ ଦାସ ଓ ଏଟି ଗ୍ରୁପ୍‌ ନିର୍ଦ୍ଦେଶକ ସମ୍ବିତ ଖୁଣ୍ଟିଆ। ସମ୍ବିତଙ୍କୁ ୨୦୧୪ ଅଗଷ୍ଟ ୧୬ରେ ଖୋର୍ଦ୍ଧା ବାଟମଙ୍ଗଳା ହାଉସିଂବୋର୍ଡରେ ଥିବା ତାଙ୍କ ଘରୁ ସିବିଆଇ ଗିରଫ କରିଥିବାବେଳେ କମଳାକାନ୍ତ ଓ ଆଶୀର୍ବାଦ କେବଳ ଜେରାର ସମ୍ମୁଖୀନ ହୋଇଥିଲେ। ପୂର୍ବରୁ ଏହି ମାମଲାରେ ୮ଟି କମ୍ପାନୀ ଓ ୩୩ଜଣ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ୬ ଚାର୍ଜଶିଟ୍‌ ସହ ୪ଟି ଅତିରିକ୍ତ ଚାଜଶିଟ୍‌ ଦାଖଲ କରିସାରିଛି। ୨୦୧୪ରେ ସୁପ୍ରିମ୍‌କୋଟଙ୍କ ନିର୍ଦ୍ଦେଶ ବଳରେ ସିବିଆଇ ରାଜ୍ୟରେ ଥିବା କେତେକ କମ୍ପାନୀ ଓ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri