ଅର୍ଥନୀତିକୁ ଗତିଶୀଳ ପାଇଁ ୪କ୍ଷେତ୍ରକୁ ଅଗ୍ରାଧିକାର: ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ଚୂଡ଼ାନ୍ତ ରିପୋର୍ଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): କରୋନା ମହାମାରୀର ପରବର୍ତ୍ତୀ ସମୟରେ ଅର୍ଥନୀତି କିପରି ଅଧିକ ଗତିଶୀଳ ହୋଇପାରିବ ସେନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମହାମାରୀର ମୁକାବିଲା ସହ ରାଜ୍ୟର ଅର୍ଥନୀତିକୁ ଗତିଶୀଳ କରିବା ଉପରେ ତର୍ଜମା କରାଯାଇଛି। ଏହାସହ ୪ଟି କ୍ଷେତ୍ର ଉପରେ ବିସ୍ତୃତ ତର୍ଜମା କରି ସରକାରଙ୍କୁ ଯଥାଶୀଘ୍ର ରିପୋର୍ଟ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ହୋଇଛି। ବୈଜ୍ଞାନିକ, ସାମାଜିକ କର୍ମୀ, ଅର୍ଥନୀତିଜ୍ଞ ଏବଂ ଉଚ୍ଚ ପଦାଧିକାରୀଙ୍କ ମତାମତକୁ ନେଇ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସମୂହ, ଜନସ୍ବାସ୍ଥ୍ୟ ଏବଂ ପର୍ଯ୍ୟଟନ ଶିଳ୍ପ କ୍ଷେତ୍ର ସମ୍ପର୍କରେ ଏକ ବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରିବା ଉପରେ ଗୁରୁତ୍ବ ଦିଆଯାଇଛି। ସରକାରଙ୍କୁ ରିପୋର୍ଟ ଦିଆଯିବା ପୂର୍ବରୁ ସମସ୍ତ ସମ୍ପୃକ୍ତ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ସହିତ ବିଚାରବିମର୍ଶ କରାଯିବ। ରାଜ୍ୟ ନବକୃଷ୍ଣ ଚୌଧୁରୀ ଉନ୍ନୟନ ଗବେଷଣା କେନ୍ଦ୍ର ନୋଡାଲ୍‌ ଏଜେନ୍ସିଭାବେ ଦାୟିତ୍ବ ନିର୍ବାହ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏହି ସମସ୍ତ କ୍ଷେତ୍ରକୁ କିପରି ଠିକ୍‌ଭାବେ ପରିଚାଳନା ଓ ମାର୍ଗଦର୍ଶନ କରାଯିବ ତା’ଉପରେ ଦାସବର୍ମା ଗୁରୁତ୍ବାରୋପ କରିଛନ୍ତି। ବିଭିନ୍ନ ପର୍ଯ୍ୟାୟର ଆଲୋଚନା ପରେ ଚୂଡ଼ାନ୍ତ ରିପୋର୍ଟ ରାଜ୍ୟ ଯୋଜନା ବୋର୍ଡର ଅଧ୍ୟକ୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରାଯିବ। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଯୋଜନା ଓ ସଂଯୋଜନା ବିଭାଗ ସ୍ବତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀ, ନବକୃଷ୍ଣ ଚୌଧୁରୀ ଉନ୍ନୟନ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀଜିତ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri