ଅର୍ଥନୀତିକୁ ଧ୍ୱଂସ କରୁଛି କେନ୍ଦ୍ର: ରାହୁଲ

ନୂଆଦିଲ୍ଲୀ,୭ା୬: କରୋନା ସଙ୍କଟ ବେଳେ କେନ୍ଦ୍ର ସରକାର ଗରିବଙ୍କୁ ନଗଦ ଟଙ୍କା ଦେଉନାହାନ୍ତି। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଗୁଡ଼ିକୁ ମଧ୍ୟ ଆର୍ଥିକ ସହାୟତା ଦେବାକୁ ମନାକରୁଛନ୍ତି। ଏହା ଜରିଆରେ ସରକାର ଦେଶର ଅର୍ଥନୀତିକୁ ଧ୍ୱଂସ କରୁଛନ୍ତି। କେନ୍ଦ୍ରର ଏହି ଆଭିମୁଖ୍ୟ ‘ବିମୁଦ୍ରୀକରଣ-୨’ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମାଲୋଚନା କରିଛନ୍ତି। ଓ୍ବାୟନାଡ୍‌ ଏମ୍‌ପି ରାହୁଲ ଗାନ୍ଧୀ ଶନିବାର ଟୁଇଟରରେ ଏକ ନ୍ୟୁଜ୍‌ ରିପୋର୍ଟ ଶେୟାର କରିଛନ୍ତି। ଭାରତର ଅର୍ଥନୀତି ଏବଂ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରର ୟୁନିଟଗୁଡ଼ିକ ଉପରେ ମହାମାରୀ କରୋନା କିପରି ପ୍ରଭାବ ପକାଇବ ସେନେଇ ଉକ୍ତ ରିପୋର୍ଟରେ ଦର୍ଶାଯାଇଛି। ବର୍ତ୍ତମାନର ସଙ୍କଟରୁ ଗରିବ ଲୋକଙ୍କୁ ଉଦ୍ଧାର କରିବା ପାଇଁ ୧୦,୦୦୦ ଟଙ୍କା ଲେଖାଏ ଏବଂ ଏମ୍‌ଏସ୍‌ଏମ୍‌ଇ ଶିଳ୍ପକୁ ଆର୍ଥିକ ପ୍ରୋତ୍ସାହନ ଦେବା ଲାଗି ତୁରନ୍ତ ପ୍ୟାକେଜ ବ୍ୟବସ୍ଥା କରିବାକୁ ରାହୁଲ ଦାବି କରିଛନ୍ତି। ଏଥିସହ ବହୁ ସଂଖ୍ୟକ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରି ସେମାନଙ୍କ ହାତକୁ ନଗଦ ଟଙ୍କା ଦିଆଗଲେ ଚାହିଦା ସୃଷ୍ଟି ହେବ ବୋଲି କଂଗ୍ରେସ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ର ପାଇଁ ପ୍ୟାକେଜ୍‌ ଦାବି କରିଆସୁଛି। ଲୋକଙ୍କୁ ନଗଦ ଅର୍ଥ ନ ଦେବା ସରକାରଙ୍କ ପକ୍ଷେ ଏକ ଅପରାଧ ସଦୃଶ ବୋଲି ଏହା ପୂର୍ବରୁ ରାହୁଲ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଥିଲେ। କରୋନା ସଂକ୍ରମଣ ରୋକିବା ଲାଗି ସରକାର ଘୋଷଣା କରିଥିବା ଲକ୍‌ଡାଉନ୍‌ ବିଫଳ ହୋଇଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri