ଅର୍ଥନୀତିକୁ ଧ୍ୱଂସ କରୁଛି କେନ୍ଦ୍ର: ରାହୁଲ

ନୂଆଦିଲ୍ଲୀ,୭ା୬: କରୋନା ସଙ୍କଟ ବେଳେ କେନ୍ଦ୍ର ସରକାର ଗରିବଙ୍କୁ ନଗଦ ଟଙ୍କା ଦେଉନାହାନ୍ତି। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଗୁଡ଼ିକୁ ମଧ୍ୟ ଆର୍ଥିକ ସହାୟତା ଦେବାକୁ ମନାକରୁଛନ୍ତି। ଏହା ଜରିଆରେ ସରକାର ଦେଶର ଅର୍ଥନୀତିକୁ ଧ୍ୱଂସ କରୁଛନ୍ତି। କେନ୍ଦ୍ରର ଏହି ଆଭିମୁଖ୍ୟ ‘ବିମୁଦ୍ରୀକରଣ-୨’ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମାଲୋଚନା କରିଛନ୍ତି। ଓ୍ବାୟନାଡ୍‌ ଏମ୍‌ପି ରାହୁଲ ଗାନ୍ଧୀ ଶନିବାର ଟୁଇଟରରେ ଏକ ନ୍ୟୁଜ୍‌ ରିପୋର୍ଟ ଶେୟାର କରିଛନ୍ତି। ଭାରତର ଅର୍ଥନୀତି ଏବଂ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରର ୟୁନିଟଗୁଡ଼ିକ ଉପରେ ମହାମାରୀ କରୋନା କିପରି ପ୍ରଭାବ ପକାଇବ ସେନେଇ ଉକ୍ତ ରିପୋର୍ଟରେ ଦର୍ଶାଯାଇଛି। ବର୍ତ୍ତମାନର ସଙ୍କଟରୁ ଗରିବ ଲୋକଙ୍କୁ ଉଦ୍ଧାର କରିବା ପାଇଁ ୧୦,୦୦୦ ଟଙ୍କା ଲେଖାଏ ଏବଂ ଏମ୍‌ଏସ୍‌ଏମ୍‌ଇ ଶିଳ୍ପକୁ ଆର୍ଥିକ ପ୍ରୋତ୍ସାହନ ଦେବା ଲାଗି ତୁରନ୍ତ ପ୍ୟାକେଜ ବ୍ୟବସ୍ଥା କରିବାକୁ ରାହୁଲ ଦାବି କରିଛନ୍ତି। ଏଥିସହ ବହୁ ସଂଖ୍ୟକ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରି ସେମାନଙ୍କ ହାତକୁ ନଗଦ ଟଙ୍କା ଦିଆଗଲେ ଚାହିଦା ସୃଷ୍ଟି ହେବ ବୋଲି କଂଗ୍ରେସ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ର ପାଇଁ ପ୍ୟାକେଜ୍‌ ଦାବି କରିଆସୁଛି। ଲୋକଙ୍କୁ ନଗଦ ଅର୍ଥ ନ ଦେବା ସରକାରଙ୍କ ପକ୍ଷେ ଏକ ଅପରାଧ ସଦୃଶ ବୋଲି ଏହା ପୂର୍ବରୁ ରାହୁଲ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଥିଲେ। କରୋନା ସଂକ୍ରମଣ ରୋକିବା ଲାଗି ସରକାର ଘୋଷଣା କରିଥିବା ଲକ୍‌ଡାଉନ୍‌ ବିଫଳ ହୋଇଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri