ଅର୍ଥନୀତିରେ ଆସିବ ଦ୍ରୁତ ପରିବର୍ତ୍ତନ: ଶିଳ୍ପ ଜଗତ

ନୂଆଦିଲ୍ଲୀ,୩୧। ୫- ନୂଆ ସରକାରଙ୍କୁ ନେଇ ଦେଶର ଶିଳ୍ପ ଜଗତ ବେଶ ଆଶାବାଦୀ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିରେ ଅର୍ଥନୀତିରେ ଦ୍ରୁତ ପରିବର୍ତ୍ତନ ଆସିବା ନେଇ ଶିଳ୍ପକ୍ଷେତ୍ର ଆଶା ପ୍ରକଟ କରିଛି। ସେହିଭଳି ଟିକସ, ଶ୍ରମ ଏବଂ ଭୂମି ଭଳି କ୍ଷେତ୍ରରେ ଉଲ୍ଲେଖନୀୟ ସଂସ୍କାରଧାରା ଜାରି ରହିବା ଫଳରେ ଏହା ଦେଶର ଅଭିବୃଦ୍ଧିକୁ ଆହୁରି ତ୍ୱରାନ୍ବିତ କରିବ ବୋଲି ଦେଶର ଶିଳ୍ପ ନେତାମାନେ ମତ ପ୍ରକାଶ କରିଛନ୍ତି।
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀ, ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ, ବେଦାନ୍ତ ରିସୋର୍ସେସ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଅନୀଲ ଅଗ୍ରଓ୍ବାଲ, ଟାଟା ସନ୍ସର ସେବା ନିବୃତ୍ତ ଅଧ୍ୟକ୍ଷ ରତନ ଟାଟା, ମହିନ୍ଦ୍ରା ଗ୍ରୁପ ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା, ପେଟିଏମ୍‌ ସିଇଓ ବିଜୟ ଶେଖର ଶର୍ମା, ଆସୋଚାମ ସଭାପତି ବି.ଗୋଏଙ୍କାଙ୍କ ଭଳି ପ୍ରମୁଖ ଶିଳ୍ପନେତା ଯୋଗ ଦେଇଥିଲେ।
ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ସରକାର ଏଫ୍‌ଡିଆଇ, ଖଣି, ସାମାଜିକ କ୍ଷେତ୍ର ନିବେଶ ବୃଦ୍ଧି ଏବଂ ଦାରିଦ୍ର୍ୟ ଦୂରୀକରଣ ଭଳି ବିଭିନ୍ନ ନୀତି ଉପରେ କାର୍ଯ୍ୟ କରିବେ ବୋଲି ଅନୀଲ ଅଗ୍ରଓ୍ବାଲ କହିଛନ୍ତି। ମୋଦୀଙ୍କ ନେତୃତ୍ୱରେ ଦେଶରେ ସଂସ୍କାରଧାରା ଜାରି ରହିବ ବୋଲି ଏସାରଗ୍ରୁପ ନିର୍ଦ୍ଦେଶକ ପ୍ରଶାନ୍ତ ରୁଇଆ କହିଛନ୍ତି। ମୋଦୀଙ୍କ ନେତୃତ୍ୱରେ ନୂଆ ମନ୍ତ୍ରୀ ମଣ୍ଡଳ ନୂଆ ଚିନ୍ତାଧାରା ସହ କାର୍ଯ୍ୟ କରିବ ବୋଲି ଶିଳ୍ପ ସଂଘ ସିଆଇଆଇର ସଭାପତି ବିକ୍ରମ କିର୍ଲୋସ୍କାର କହିଛନ୍ତି। ନୂଆ ସରକାର ନୂଆ ସୁଯୋଗ ଆଣିବା ଉପରେ ଧ୍ୟାନ ଦେବେ ବୋଲି ଆଶାବାଦୀ ରହିଥିବା ମହିନ୍ଦ୍ରା ଗ୍ରୁପ ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା କହିଛନ୍ତି। କୃଷି, ଖାଦ୍ୟ ପ୍ରକ୍ରିୟାକରଣ, କୃଷକଙ୍କ ଶସକ୍ତିକରଣ ଏବଂ ଜୀବନ ବିକାଶ ସହ ସାମାଜିକ ଓ ଅର୍ଥନୈତିକ ବିକାଶ ଦିଗରେ ସରକାର କାର୍ଯ୍ୟ କରିବେ ବୋଲି ଆଇଟିସି ଅଧ୍ୟକ୍ଷ ସଞ୍ଜୀବ ପୁରୀ କହିଛନ୍ତି। ଟିକସ ଏବଂ ଶ୍ରମ ସଂସ୍କାର ସହ ଜମି କ୍ଷେତ୍ରରେ ସରକାର ବିଭିନ୍ନ କାର୍ଯ୍ୟପନ୍ଥା ଗ୍ରହଣ କରିବା ନେଇ ଆସୋଚନା ସଭାପତି ବି.ଗୋଏଙ୍କା ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri