ଅର୍ଥ ବ୍ୟବସ୍ଥାକୁ ଲାଗିବ ୯ ଲକ୍ଷ କୋଟିର ଝଟକା

ନୂଆଦିଲ୍ଲୀ,୨୬। ୩: କୋଭିଡ ୧୯ ପାଇଁ ସାରା ଦେଶକୁ ଏବେ ଲକ୍‌ଡାଉନ କରାଯାଇଛି। ଏହା ଦ୍ୱାରା ଦେଶର ମୋଟ ଘରୋଇ ଉତ୍ପାଦ(ଜିଡ଼ିପି)କୁ ପ୍ରାୟ ୪% ବା ୧୨୦ ବିଲିୟନ ଡଲାର(୯ ଲକ୍ଷ କୋଟି)ର ଝଟକା ଲାଗିବା ନେଇ ଆଶଙ୍କା କରାଯାଉଛି। ଏ ନେଇ ବ୍ରିଟିଶ ବ୍ରୋକରେଜ ବର୍କଲେଜ ପକ୍ଷରୁ ଆକଳନ କରାଯାଇଛି। ଭାରତ ବଜାର ଲାଗି ବିଭିନ୍ନ ଅନ୍ତର୍ଜାତୀୟ ଏଜେନ୍ସି ଏବେ ବିକାଶ ହାର ପୂର୍ବାନୁମାନକୁ କମ୍‌ କରୁଛନ୍ତି। ଏଭଳି ସ୍ଥିତିରେ ସରକାର ସହାୟତା ପ୍ୟାଜେକ ଘୋଷଣା କରିବାର ଆବଶ୍ୟକତା ରହିଛି ବୋଲି ବଜାର ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି। ଏହି ସମୟରେ ଏଜେନ୍ସି ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ଭାରତର ବିକାଶ ହାର ପୂର୍ବାନୁମାନକୁ ୧.୭% ପଏଣ୍ଟ ହ୍ରାସ କରିବା ସହ ୩.୫% ରଖିଛି।
ଏପ୍ରିଲ ୩ରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ଦ୍ୱିମାସିକ ମୁଦ୍ରାନୀତି ସମୀକ୍ଷା ବୈଠକ(ଏମ୍‌ପିସି) ଅନୁଷ୍ଠିତ ହେବ। ଏହି ବୈଠକରେ ସୁଧହାର ହ୍ରାସ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ଏହାବାଦ ବିତ୍ତୀୟ ନିଅଣ୍ଟ ଧାର୍ଯ୍ୟ ଲକ୍ଷ୍ୟ ପରିବର୍ତ୍ତନ ହୋଇପାରେ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି। ରିଜର୍ଭ ବ୍ୟାଙ୍କ ୦.୬୫% ସୁଧହାର ହ୍ରାସ ଘୋଷଣା କରିପାରେ। ଏହାବାଦ ବର୍ଷ ମଧ୍ୟରେ ୧% ରେପୋ ହ୍ରାସ ହୋଇପାରେ ବୋଲି ବର୍କଲେଜ ଏହାର ରିପୋର୍ଟରେ ପ୍ରକାଶ କରିଛି। ସାରା ଦେଶ ଲକ୍‌ଡାଉନ ହୋଇଯିବା ଫଳରେ ଏହାର ପ୍ରଭାବ ଅର୍ଥ ବ୍ୟବସ୍ଥା ଉପରେ ପଡିଛି। ଦେଶର ପୁଞ୍ଜି ବଜାର ଏବେ ମଧ୍ୟ କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। ବୁଧବାର କାରବାରରେ ସେନ୍‌ସେକ୍ସ ୦.୪୭% ନିମ୍ନରେ ରହିଛି। ୩ ସପ୍ତାହରେ ସାରା ଦେଶକୁ ପ୍ରାୟ ୯୦ ବିଲିୟନ କ୍ଷତି ସହିବାକୁ ପଡିବ। ଏହାବାଦ ପୂର୍ବରୁ କିଛି ରାଜ୍ୟ ଲକ୍‌ଡାଉନ ଘୋଷଣା କରିଥିବାରୁ ଏଥି ଜନିତ କ୍ଷତିକୁ ମିଶାଇଲେ ମୋଟ କ୍ଷତି ୧୨୦ ବିଲିୟନ ଡଲାର ଛୁଇଁବ ବୋଲି ଆକଳନ କରାଯାଇଛି।
ଅର୍ଥବ୍ୟବସ୍ଥା ଉପରେ ପ୍ରଭାବ କ’ଣ ରହିବ ସେ ନେଇ ସରକାର ଏବେ ଯାଏ ନୀରବ ରହିଥିବା ଘରୋଇ ବ୍ରୋକରେଜ ଫାର୍ମ ଏମ୍‌କେ ପ୍ରକାଶ କରିଛି। ଏ ଦିଗରେ ନୀତି ନିର୍ଦ୍ଧାରକ ଆଗୁଆ ଲଗାଇଥିବା ପୂର୍ବାନୁମାନ ପାଇଁ ନିର୍ଦ୍ଧାରକଙ୍କୁ ଏମକେ ଧନ୍ୟବାଦ ପ୍ରଦାନ କରିଛି। ଏହି ଏଜେନ୍ସି କହିଛି ଯେ, ବିମୁଦ୍ରୀକରଣ ଏବଂ ଜିଏସ୍‌ଟି ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା କ୍ଷୁଦ୍ରଶିଳ୍ପ ଏବେ ଯାଏ ଅଣ୍ଟାସଳଖି ଛିଡା ହୋଇନାହିଁ। ସରକାର ପଦକ୍ଷେପ ଗ୍ରହଣ କରିବା ଦ୍ୱାରା ଏହି କ୍ଷେତ୍ରଗୁଡିକର ସମସ୍ୟାକୁ ଲାଘବ କରାଯାଇ ପାରିବ ବୋଲି କୁହାଯାଇଛି। କ୍ଷୁଦ୍ର ବାଣିଜ୍ୟ ଲାଗି ଋଣ ସୁବିଧା, ଋଣ ପୁନର୍ଗଠନ, ନଗଦ ସୁବିଧା, ଟାସ୍କଫୋର୍ସ ସୁବିଧା ଏବଂ ରାଜ୍ୟଗୁଡିକ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯିବାର ଆବଶ୍ୟକତା ରହିଛି। ଏଡେଲଓ୍ବିସ ପକ୍ଷରୁ କୁହାଯାଇଛି ଯେ, ବର୍ତ୍ତମାନର ଅସୁବିଧା ସମୟରେ ଯେଭଳି ପ୍ରସ୍ତୁତିର ଆବଶ୍ୟକତା ରହିଛି ସେ ଦିଗରେ ସରକାର ଠିକ୍‌ ଭାବେ ପଦକ୍ଷେପ ନେଇନାହାନ୍ତି। ଭାରତକୁ ଅଧିକ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri