ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ନାହିଁ: ଅନୁରାଗ

ନୂଆଦିଲ୍ଲୀ,୪ା୨
ଦେଶର ଅର୍ଥ ବ୍ୟବସ୍ଥାରେ ବର୍ତ୍ତମାନ ମାନ୍ଦାବସ୍ଥା ନ ଥିବା ସରକାରଙ୍କ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ୨୦୧୪-୧୯ ମଧ୍ୟରେ ଭାରତ ଜି-୨୦ ଦେଶ ସମୂହଙ୍କ ମଧ୍ୟରେ ସର୍ବୋଚ୍ଚ ହାରାହାରି ଅଭିବୃଦ୍ଧି ହାସଲ କରିବାକୁ ସକ୍ଷମ ହୋଇଛି। ଲୋକସଭାକୁ ଏକ ଲିଖିତ ଉତ୍ତରରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ, ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ଆକଳନ ମୁତାବକ ଭାରତ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ଭାବେ ପରିଗଣିତ ହେବା ସହ ଅଭିବୃଦ୍ଧି ଧାରା ଜାରି ରଖିବ। ୨୦୨୦-୨୧ରେ ଦେଶର ଜିଡିପି ଅଭିବୃଦ୍ଧି ୫.୮% ରହିବ। ୨୦୨୧-୨୨ରେ ଅଭିବୃଦ୍ଧିରେ ଏହା ଚାଇନାକୁ ଟପିବାର ସମ୍ଭାବନା ରହିଥିବା ଠାକୁର କହିଛନ୍ତି।
ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ(ଏନ୍‌ଏସ୍‌ଓ) ଡାଟା ଆଧାରରେ ସେ କହିଛନ୍ତି ଯେ, ଦେଶରେ ମାନ୍ଦାବସ୍ଥା ନାହିଁ। ୨୦୧୪-୧୯ ମଧ୍ୟରେ ଜିଡିପି ଅଭିବୃଦ୍ଧି ୭.୫% ରହିଛି। ଯାହା ଜି-୨୦ ଦେଶ ସମୂହଙ୍କ ମଧ୍ୟରେ ସର୍ବାଧିକ। ଦେଶର ଅର୍ଥ ବ୍ୟବସ୍ଥା ଏକ ଦୁଃସମୟ ଦେଇ ଗତି କରୁଥିବା ଅନ୍ତର୍ଜାତୀୟ ଏଜେନ୍ସିଗୁଡିକ କହିଥିବା ନେଇ ଏକ ପ୍ରଶ୍ନର ଉତ୍ତର ମଧ୍ୟ ସେ ରଖିଛନ୍ତି। ନଭେମ୍ବରରେ ଶିଳ୍ପ ଉତ୍ପାଦନ ସୂଚୀ (ଆଇଆଇପି)ରେ ଉନ୍ନତି ଆସିବା ସହ ୧.୮% ରହିଛି। ଏହା ସେପ୍ଟେମ୍ବରରେ ୪.୩% ଏବଂ ଅକ୍ଟୋବରରେ ୪% ହ୍ରାସ ହୋଇଥିଲା। ୨୦୧୯ ସେପ୍ଟେମ୍ବରରେ ଶିଳ୍ପ କ୍ଷେତ୍ର ଉତ୍ପାଦନ ୬ ବର୍ଷର ତଳକୁ ଖସିଯାଇଥିଲା। ସେହିଭଳି ଦେଶର ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଏବଂ ସାମଗ୍ରିକ ନିବେଶ ପରିବେଶକୁ ଉନ୍ନତ କରିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବା ଠାକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri