ଅର୍ଥ ବ୍ୟବସ୍ଥା ଲାଗି ବୁଷ୍ଟର

ନୂଆଦିଲ୍ଲୀ,୧୪।୫: ଦେଶର ଅର୍ଥବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଜନିତ ଲକ୍‌ଡାଉନ ପାଇଁ ଅର୍ଥ ବ୍ୟବସ୍ଥାକୁ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ୱ କ୍ଷତି ସହିବାକୁ ପଡିଛି। ଏବେ ଗତ କିଛି ସପ୍ତାହ ଧରି ଦେଶରେ ଲକ୍‌ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ବନ୍ଦ ହୋଇ ପଡିଥିବାରୁ ଅନେକ ଲୋକ ନିଯୁକ୍ତି ହରାଇଛନ୍ତି। ଦେଶର ଅର୍ଥ ବ୍ୟବସ୍ଥା ବେହାଲ ହୋଇଛି। ଏମ୍‌ଏସ୍‌ଏମ୍‌ଇଗୁଡିକର ଅଣ୍ଟା ଭାଙ୍ଗି ଯାଇଛି । ବେକାରି ହାର ବଢ଼ି ବଢ଼ି ଚାଲିଛି। ଅର୍ଥ ବ୍ୟବସ୍ଥାକୁ ଗତି ପ୍ରଦାନ କରିବା ଲାଗି ସରକାର ପ୍ୟାକେଜ ଘୋଷଣା କରନ୍ତୁ ବୋଲି ବିଭିନ୍ନ ଅଂଶୀଦାରଙ୍କ ପକ୍ଷରୁ ଦାବି ହୋଇ ଆସୁଥିଲା। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଲକ୍ଷ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପ୍ୟାକେଜ ସମ୍ପର୍କରେ ପ୍ୟାକେଜ ନେଇ ବିସ୍ତୃତ ବିବୃତି ରଖିଛନ୍ତି । ଏହି ପ୍ୟାକେଜ ଅର୍ଥ ବ୍ୟବସ୍ଥା ଲାଗି ବୁଷ୍ଟର ହେବ ବୋଲି ଅଂଶୀଦାର ମତ ପ୍ରକାଶ କରିଛନ୍ତି। ହେଲେ ଏହାର ପ୍ରକୃତ ଫାଇଦା କ’କଣ ହେଉଛି ତାହା ମଧ୍ୟ ଦେଖିବାକୁ ବାକି ରହିଲା ବୋଲି ଅଂଶୀଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri