ଅର୍ଥ ଲଗାଣକାରୀ ସଂସ୍ଥାର ଜୁଲମକୁ ଏସ୍‌ଏଚ୍‌ଜି ମହିଳାଙ୍କ ବିରୋଧ

ବେତନଟୀ, ୧୦ା୬(ଡି.ଏନ୍‌.ଏ.)- କରୋନା ପାଇଁ ଲକ୍‌ଡାଉନ୍‌ ଯୋଗୁ ଋଣ ଗ୍ରହୀତାମାନଙ୍କୁ ଅଗଷ୍ଟମାସ ପର୍ଯ୍ୟନ୍ତ ଋଣ କିସ୍ତି ପୈଠ ପାଇଁ ବାଧ୍ୟ କରାଯାଇ ପାରିବ ନାହିଁ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଏହି ନିୟମକୁ କେତେକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ଉଲ୍ଲଂଘନ କରୁଥିତ୍ବା ଏସ୍‌ଏଚ୍‌ଜି ଗ୍ରୁପ୍‌ର ମହିଳାମାନେ ଅଭିଯୋଗ କରିଛନ୍ତି। ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ବେତନଟୀ ପଞ୍ଚାୟତର ଇନ୍ଦିରା ନଗର ବସ୍ତିରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଅର୍ଥ ଲଗାଣକାରୀ ସଂସ୍ଥାର ଏଭଳି ଜୁଲମ୍‌କୁ ମହିଳାମାନେ ବିରୋଧ କରିଛନ୍ତି।
ବେତନଟୀ ଅଞ୍ଚଳରେ ବହୁ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ମହିଳାମାନଙ୍କୁ ଋଣ ପ୍ରଦାନ କରିଛନ୍ତି। କରୋନା ଲକ୍‌ଡାଉନ୍‌ ପାଇଁ ରୋଜଗାର ହରାଇ ହାତବାନ୍ଧି ବସି ରହିବା କାରଣରୁ ଏହି ସମୟ ମଧ୍ୟରେ ଋଣ କିସ୍ତି ଦେବା ପାଇଁ ଋଣ ଗ୍ରହୀତାମାନେ ଅକ୍ଷମତା ପ୍ରକାଶ କରୁଛନ୍ତି। ସ୍ବାଭାବିକ ଅବସ୍ଥା ଫେରିଲେ ପରବର୍ତ୍ତୀ ସମୟରେ ଋଣ କିସ୍ତି ପ୍ରଦାନ କରିବେ ବୋଲି ମହିଳାମାନେ କହୁଥିଲେ ମଧ୍ୟ ଅର୍ଥ ଲଗାଣକାରୀ ସଂସ୍ଥାର କର୍ମଚାରୀମାନେ ଏଥିପ୍ରତି କର୍ଣ୍ଣପାତ ନ କରି ଋଣ ଆଦାୟର ଚାପ ଦେଉଛନ୍ତି। ମାର୍ଚ୍ଚରୁ ଅଗଷ୍ଟ ମଧ୍ୟରେ ଯେଉଁ ଋଣ ଗ୍ରହୀତାମାନେ କିସ୍ତି ଦେବେ ନାହିଁ ସେମାନଙ୍କୁ ପରବର୍ତ୍ତୀ କିସ୍ତି ପାଇଁ ଅଧିକ ସୁଧ ସହ ମୂଳ କିସ୍ତି ପ୍ରଦାନ କରିବା ପାଇଁ ପଡ଼ିବ ବୋଲି ସଂସ୍ଥାର କର୍ମଚାରୀମାନେ ଚେତାବନୀ ଦେଉଥିବା ମହିଳାମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri