ଅର୍ଥ ହେରଫେର ଅଭିଯୋଗ: ୨ ପଞ୍ଚାୟତ ନିର୍ବାହୀ ଅଧିକାରୀ ନିଲମ୍ବିତ

ବାଲେଶ୍ୱର ଅଫିସ,୧୬।୧୨-ଅର୍ଥ ହେରଫେର ଅଭିଯୋଗରେ ବାଲେଶ୍ୱର ଜିଲା ରେମୁଣା ବ୍ଲକ ନୂଆଗାଁ ପଞ୍ଚାୟତର ପୂର୍ବତନ ଓ ବର୍ତ୍ତମାନର ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି।
ନୂଆଗାଁ ପଞ୍ଚାୟତରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ ଖୁଦିରାମ ଟୁଡୁ ଓ ବର୍ତ୍ତମାନର ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ସିଂ ଉଭୟେ ପଞ୍ଚାୟତ ଅର୍ଥକୁ ଇଲେକ୍ଟ୍ରି ବିଲ୍‌ ବାବଦରେ ହେରଫେର କରିଥିଲେ। ଏନେଇ ଖନ୍ତାପଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ଜିଲାପାଳ ଚକ୍ରବର୍ତ୍ତୀଙ୍କ ଆଦେଶ ସଂଖ୍ୟା ୧୮୫, ତା ୧୫ା୧୨ା୨୦୧୯ରିଖରେ ଖୁଦିରାମ ଟୁଡୁ ଓ ଆଦେଶ ସଂଖ୍ୟା ୧୮୬, ତା ୧୫ା୧୨ା୨୦୧୯ ରିଖରେ ପ୍ରଶାନ୍ତ କୁମାର ସିଂଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଉଭୟେ ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଯୋଗଦେବେ। ଏହାସହ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନାଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଉଭୟଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳ ଚକ୍ରବର୍ତ୍ତୀ ରେମୁଣା ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କରିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri