ଅର୍ଥ ହେରଫେର ଅଭିଯୋଗ: ୨ ପଞ୍ଚାୟତ ନିର୍ବାହୀ ଅଧିକାରୀ ନିଲମ୍ବିତ

ବାଲେଶ୍ୱର ଅଫିସ,୧୬।୧୨-ଅର୍ଥ ହେରଫେର ଅଭିଯୋଗରେ ବାଲେଶ୍ୱର ଜିଲା ରେମୁଣା ବ୍ଲକ ନୂଆଗାଁ ପଞ୍ଚାୟତର ପୂର୍ବତନ ଓ ବର୍ତ୍ତମାନର ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି।
ନୂଆଗାଁ ପଞ୍ଚାୟତରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ ଖୁଦିରାମ ଟୁଡୁ ଓ ବର୍ତ୍ତମାନର ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ସିଂ ଉଭୟେ ପଞ୍ଚାୟତ ଅର୍ଥକୁ ଇଲେକ୍ଟ୍ରି ବିଲ୍‌ ବାବଦରେ ହେରଫେର କରିଥିଲେ। ଏନେଇ ଖନ୍ତାପଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ଜିଲାପାଳ ଚକ୍ରବର୍ତ୍ତୀଙ୍କ ଆଦେଶ ସଂଖ୍ୟା ୧୮୫, ତା ୧୫ା୧୨ା୨୦୧୯ରିଖରେ ଖୁଦିରାମ ଟୁଡୁ ଓ ଆଦେଶ ସଂଖ୍ୟା ୧୮୬, ତା ୧୫ା୧୨ା୨୦୧୯ ରିଖରେ ପ୍ରଶାନ୍ତ କୁମାର ସିଂଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଉଭୟେ ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଯୋଗଦେବେ। ଏହାସହ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନାଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଉଭୟଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳ ଚକ୍ରବର୍ତ୍ତୀ ରେମୁଣା ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri