ଅର୍ଦ୍ଧଗଣେଶ୍ୱର ମୂର୍ତ୍ତି ଆକର୍ଷଣ

ବନ୍ତ, ୩।୯ (ସ୍ବ.ପ୍ର./ଡି.ଏନ.ଏ.)- ବନ୍ତ ବ୍ଲକର ବିଭିନ୍ନ ସ୍ଥାନରେ ଗଣେଶ ପୂଜା ଅନୁଷ୍ଠିତ ହୋଇଛି। ଆଗରପଡ଼ା ଅଞ୍ଚଳର ସମସ୍ତ ଶିକ୍ଷାନୁଷ୍ଠାନ ଓ ଯୁବକ ସଂଘରେ ପୂଜାର୍ଚ୍ଚନା କରାଯାଇଥିଲା। ସକାଳେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର ନୂତନ ବସ୍ତ୍ର ପରିଧାନ କରି ହାତରେ ପୂଜା ସାମଗ୍ରୀ ଧରି ପୂଜା ମଣ୍ଡପରେ ପହଞ୍ଚି ପୁଷ୍ପାଞ୍ଜଳି ଦେଇଥିଲେ। ଆଗରପଡ଼ା ରଥଦାଣ୍ଡଠାରେ ୱେଟ ଚ୍ୟାଲେଞ୍ଜ କ୍ଲବ ପକ୍ଷରୁ ଧୁମ୍‌ଧାମ୍‌ରେ ପୂଜା କରାଯାଇଛି। ମଧ୍ୟାହ୍ନରେ ନିକଟସ୍ଥ ସାଳନ୍ଦୀ ନଦୀରୁ ଘଟୋତ୍ତଳନ କରାଯାଇ ସ୍ଥାପନ ପରେ ରୀତିନୀତି ଅନୁସାରେ ପୂଜା ଆରମ୍ଭ ହୋଇଥିଲା। ଶିଳ୍ପୀ କଳା ଶିକ୍ଷକ ପଦ୍ମନାଭ ସେଠୀଙ୍କ ଦ୍ୱାରା ନିର୍ମିତ ନିଆରା ଅର୍ଦ୍ଧଗଣେଶ୍ୱର ମୂର୍ତ୍ତି ଆକର୍ଷଣ ସାଜିଥିଲା। ଅଧା ଶିବ ଓ ଅଧା ପାର୍ବତୀଙ୍କୁ ନେଇ ନିର୍ମିତ ଏହି ଗଣେଶଙ୍କୁ ଦେଖିବା ପାଇଁ ଦର୍ଶକଙ୍କ ଭିଡ଼ ଜମିଥିଲା। ମୂର୍ତ୍ତି ତଳେ ଥିବା ବାହନରେ ଅଧା ଷଣ୍ଢ ଓ ଅଧା ସିଂହ ସମସ୍ତଙ୍କୁ ଆକୃଷ୍ଟ କରିଛି। ଗହ୍ମା ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥିବା ଏହି ମୂର୍ତ୍ତି ତିଆରିରେ ଛାତ୍ରୀ ବର୍ଷା ପାଢ଼ୀ ଓ ଶିଳ୍ପୀ ରବୀନ୍ଦ୍ର ଖିଲାର ସହାୟତା କରିଥିଲେ। ସେହିପରି କ୍ରାକ କମ୍ପ୍ୟୁଟର, ଆଗରପଡା କୃଷ୍ଣଚରଣ ବିଦ୍ୟାମନ୍ଦିର, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଆଡିଆସ୍ଥିତ ଆରଡେଶ୍ୱର ଉଚ୍ଚ ବିଦ୍ୟାଳୟ, ଓଡ଼ିଶା ବ୍ରିଗେଡ ସୈନିକ ସ୍କୁଲ, କଳାପାହାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଜଗତଜ୍ୟୋତି ଯୁବକସଂଘ ଆଦି ବିଭିନ୍ନ ପୂଜା ମଣ୍ଡପରେ ପୂଜାର୍ଚ୍ଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri