ଅର୍ଦ୍ଧନିର୍ମିତ କଲଭର୍ଟ ମରଣଯନ୍ତା

ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ମ୍ୟୁନିସିପାଲିଟି ଅନ୍ତର୍ଗତ ସୁନହଟ ଲାଲମହନ ଛକ ଓ କନକଦୁର୍ଗା ଛକ ସଂଲଗ୍ନ ରାସ୍ତାର କନକଦୁର୍ଗା ମନ୍ଦିର ନିକଟରେ ନିର୍ମାଣାଧୀନ ଥିବା କଲର୍ଭଟକୁ ଅଧାପନ୍ତରିଆ ଅବସ୍ଥାରେ ଛାଡି ଦିଆଯାଇଥିବାରୁ ଲୋକେ ଯାତାୟତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରତ୍ୟହ ୧୫ରୁ ଉର୍ଦ୍ଧ୍ୱ ପଞ୍ଚାୟତର ଲୋକେ ଏହି ରାସ୍ତା ଦେଇ ଯାତାୟତ କରିଥାନ୍ତି। ପର୍ବରୁ ରାସ୍ତାର ଅବସ୍ଥା ଖରାପ ହୋଇ ପଡ଼ିଥିବାରୁ ଗ୍ରାମବାସୀ ଏହାର ମରାମତି କରିବାକୁ ପୌରପାଳଙ୍କ ନିକଟରେ ଦାବି କରିଥିଲେ। ତଦନୁଯାୟୀ ରାସ୍ତା ନିର୍ମାଣ ସକାଶେ ୫୪ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ମଞ୍ଜୁର ଅର୍ଥରେ ରାସ୍ତା, ନାଳ ଓ କଲଭର୍ଟ କାର୍ଯ୍ୟ ଲାଗି ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ବର୍ଷେ ପୂର୍ବରୁ ରାସ୍ତାର କାମ ଆରମ୍ଭ ହୋଇ ଉଣା ଅଧିକେ ଶେଷ ହୋଇଥିଲେ ମଧ୍ୟ ନିର୍ମାଣାଧୀନ କଲଭର୍ଟ କାମ ଅଧାପନ୍ତରିଆ ହୋଇପଡିରହିଛି।
ଏ ସମ୍ପର୍କରେ ଅଞ୍ଚଳବାସୀ ଗତ ମାସ ୧୩ତାରିଖରେ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ଜିଲାପାଳ ଅଭିଯୋଗ ଶୁଣି ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ତୁରନ୍ତ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। କାର୍ଯ୍ୟନିର୍ବାହୀ ଅଧିକାରୀ ୱାର୍କ ସେକସନକୁ ଗତ ୨୪ତାରିଖରେ ଅବଗତ କରାଇଥିଲେ ମଧ୍ୟ ଏଯାଏ କାମ ହୋଇପାରି ନାହଁି। ସମ୍ପୃକ୍ତ ଠିକାଦାର ନିର୍ମାଣ କାର୍ଯ୍ୟ ବାବଦ ସମସ୍ତ ଉଠାଇ ନେଇଥିବା ଏବଂ ଏଭଳି ଅନିୟମିତତାରେ କେତେକ କର୍ମଚାରୀଙ୍କ ହାତ ରହିଥିବା ଅଞ୍ଚଳବାସୀଙ୍କ ପକ୍ଷରୁ ଭବାନୀ ଶଙ୍କର ନାୟକ ଓ ଦୀନବନ୍ଧୁ ଆଚାର୍ଯ୍ୟ ଅଭିଯୋଗ କରିଛନ୍ତି। ଆଗାମୀ ୧୫ଦିନ ଭିତରେ କାମ ଶେଷ କରା ନ ଗଲେ ରାସ୍ତାରୋକୋ ଆନ୍ଦୋଳନ କରାଯିବ ବୋଲି ସେମାନେ ଜିଲା ପ୍ରଶାସନଙ୍କୁ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ନାୟକଙ୍କୁ ପଚାରିବାରୁ ସେ କନିଷ୍ଠଯନ୍ତ୍ରୀଙ୍କୁ ଅବଗତ କରାଇଥିବା କହିଛନ୍ତି। ଯଥାଶୀଘ୍ର କାମ ନହେଲେ ବିହୀତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri