ଅର୍ନ୍ତଲା ପ୍ରାଥମିକ ବିଦ୍ୟାଳୟରେ ରାତିରେ ତ୍ରିରଙ୍ଗା ଉଡିବା ଘଟଣା

ଜୁନାଗଡ,୨୭।୮(ଡି.ଏନ.ଏ.)
କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅର୍ନ୍ତଲା ପ୍ରାଥମିକ ବିଦ୍ୟାଳୟରେ ଗତ ୧୫ ତାରିଖ ସ୍ବାଧୀନତା ଦିବସରେ ଜାତୀୟ ପତାକାକୁ ଅସମ୍ମାନ କରାଯାଇଛି। ଉକ୍ତ ଘଟଣାରେ ସମ୍ପୃକ୍ତା ପ୍ରଧାନଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ସୋମବାର ଅନ୍ତର୍ଲା ଗ୍ରାମବାସୀ କଳାହାଣ୍ଡି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେମାନେ ଏ ବିଷୟରେ ଜିଲାପାଳଙ୍କୁ ଏକ ଲିଖିତ ଅଭିଯୋଗ କରିଛନ୍ତି । ସେହିପରି ସମ୍ପୃକ୍ତା ପ୍ରଧାନଶିକ୍ଷୟିତ୍ରୀ ସ୍କୁଲରେ ରହିବା ଦିନଠୁ ପାଠପଢା ଠିକ ହେଉ ନ ଥିବା ଓ ମଧ୍ୟାହ୍ନଭୋଜନ ପରିଚାଳାନରେ ଅନିୟମିତତା କରୁଥିବା ମଧ୍ୟ ଅଭିଯୋଗରେ ଦର୍ଶାଇଛନ୍ତି। ଏହି ଦାବିପତ୍ରର ଏକ ନକଳ ଶିକ୍ଷା ମନ୍ତ୍ରୀ, ଜିଲା ଶିକ୍ଷା ଅଧିକାରୀ, ଧର୍ମଗଡ ଉପଜିଲାପାଳ, ଜୁନାଗଡ ବିଡିଓ, ବିଇଓଙ୍କୁ ମଧ୍ୟ ପ୍ରେରଣ କରାଯାଇଛି।
ସୂଚନାଯୋଗ୍ୟ ଯେ, ଅର୍ନ୍ତଲା ପ୍ରାଥମିକ ବିଦ୍ୟାଳୟରେ ଗତ ୧୫ ତାରିଖ ଗୁରୁବାର ସ୍ବାଧୀନତା ଦିବସରେ ଜାତୀୟ ପତାକା ସ୍କୁଲ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହିନତା ତଥା ଅବହେଳା ଯୋଗୁ ଏଠାରେ ଅଧ ରାତି ଯାଏଁ ଉଡିଥିବା ଅଭିଯୋଗ ହୋଇଥିଲା। ଏହା ଜଣାପଡିବା ପରେ ସ୍କୁଲ କର୍ତ୍ତୃପକ୍ଷ ତରବରିଆ ଭାବେ ରାତି ଅଧରେ ପତାକାକୁ ବାହାର କରି ଦିଆଯାଇଥିଲା। ଏହି ଘଟଣା ସମ୍ପର୍କରେ ପ୍ରଥମେ ‘ଧରିତ୍ରୀ’ରେ ଗତ ୧୮ ତାରିଖ ଏକ ରିପୋର୍ଟ ପ୍ରକାଶ ହୋଇଥିଲା। ଏହା ପରେ ଜୁନାଗଡ ବ୍ଲକ ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଏବିଇଓ ନାରାୟଣ ମେହେର ଗତ ୨୨ ତାରିଖ ଘଟଣାର ତଦନ୍ତ ପାଇଁ ସ୍କୁଲକୁ ଯାଇଥିଲେ। ଏବିଇଓ ସ୍କୁଲ ପ୍ରଧାନଶିକ୍ଷୟିତ୍ରୀ, ପରିଚାଳନା କମିଟି, ସ୍ଥାନୀୟ ସହକାରୀ ଶିକ୍ଷକ ଓ ଗ୍ରାମବାସୀଙ୍କ ମତାମତ ନେଇଥିଲେ। ସ୍କୁଲ କାର୍ଯ୍ୟରତ ସ୍ଥାନୀୟ ସହକାରୀ ଶିକ୍ଷକ ରାତି ୮ଟା ୩୦ ଯାଏଁ ସ୍କୁଲ ପରିସରରେ ପତାକା ଉଡୁଥିବା ଦେଖିଥିବା କହିଥିବା ବେଳେ ଗ୍ରାମବାସୀ ମଧ୍ୟ ଏହି କଥାକୁ ଏବିଇଓଙ୍କ ଆଗରେ ସ୍ବୀକାର କରିଥିଲେ। ତଦନ୍ତ ରିପୋର୍ଟ ସୋମବାର ଜିଲା ଶିକ୍ଷାଧିକାରୀଙ୍କୁ ଦେଇଥିବା ସେ ପ୍ରକାଶ କରିଥିଲେ। ଘଟଣାର ଇତି ମଧ୍ୟରେ ୧୦ ଦିନ ବିତିଯାଇଥିଲେ ମଧ୍ୟ ଶିକ୍ଷା ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହଁି। ଶିକ୍ଷା ବିଭାଗ ଏହି ଘଟଣାରେ ସମ୍ପୃକ୍ତା ପ୍ରଧାନଶିକ୍ଷୟିତ୍ରୀଙ୍କୁ ଘଣ୍ଟ ଘୋଡୋଉଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ କଳାହାଣ୍ଡି ଜିଲାପାଳ ଡା.ପରାଗ ହର୍ଷଦ ଗାଭାଲିଙ୍କୁ ପଚାରିବାରୁ ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ

ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି…

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

ପିଡିଏସ୍‌ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍‌ପି

କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍‌ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?