ଅର୍ବାନ ବ୍ୟାଙ୍କ ଓ ଚିଟ୍‌ଫଣ୍ଡ ଜମାକାରୀ ହତାଶ : ଦାବି ପୂରଣ ନ ହେଲେ ୨୩ରେ ଆନ୍ଦୋଳନ

ବାରିପଦା ଅଫିସ,୬ା୧୨- ମୟୂରଭଞ୍ଜ ଜିଲା ବାରିପଦାଠାରେ ଥିବା ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ ଦୀର୍ଘ ବର୍ଷ ହେବ ପରିଚାଳନାଗତ ତ୍ରୁଟି ଯୋଗୁ ବନ୍ଦ ହୋଇ ପଡ଼ିଛି। ଏହି ବ୍ୟାଙ୍କରେ ଜିଲାର କ୍ଷୁଦ୍ର ବ୍ୟବସାୟୀ, ଦିନ ମଜୁରିଆ ଓ ମଧ୍ୟବିତ୍ତ ଶ୍ରେଣୀୟ ଲୋକେ ନିଜ କଷ୍ଟ ଉପାର୍ଜିତ ଟଙ୍କା ଜମା ରଖୁଥିଲେ। ବ୍ୟାଙ୍କ ବନ୍ଦ ଥିବାରୁ ସେମାନେ ଟଙ୍କା ଫେରି ପାଉନାହାନ୍ତି। ଅନ୍ୟପକ୍ଷେ ବ୍ୟାଙ୍କ ପରିଚାଳନା ଦାୟିତ୍ୱରେ କେତେକ କର୍ମଚାରୀ ଜମାକାରୀଙ୍କ ଟଙ୍କାରେ ଭ୍ରମଣ କରିବା ସହିତ ବିଭିନ୍ନ ଅନିୟମିତତାରେ ଲିପ୍ତ ଅଛନ୍ତି। ଏଭଳି ଅଭିଯୋଗ କରିଛି ବଜରଙ୍ଗ ସେନା। ଏହା ବ୍ୟତୀତ ଜିଲାରେ ବିଭିନ୍ନ ଚିଟ୍‌ଫଣ୍ଡ ସଂସ୍ଥା ଟଙ୍କାକୁ ଦୁଇ ଗୁଣା କରିବା ଲୋଭ ଦେଖାଇ ଏଠାରେ କାର୍ଯ୍ୟାଳୟମାନ ଖୋଲିଥିଲେ ଏବଂ ରାତାରାତି ଲୋକଙ୍କ ଟଙ୍କା ନେଇ ଫେରାର ହୋଇଯାଇଥିଲେ। ଏହି ଅର୍ବାନ ବ୍ୟାଙ୍କ ଓ ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ତୁରନ୍ତ ଫେରାଇବା ବ୍ୟବସ୍ଥା କରିବା ପାଇଁ ସେନା ଦାବି କରିଛି। ଗୁରୁବାର ସେନାର ଉପଦେଷ୍ଟା କୁମାର ମଙ୍ଗଳମଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଅତିରିକ୍ତ ଜିଲାପାଳ ସୁଧା ଦେବ ସିଂଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଏକ ଦାବିପତ୍ର ପଠାଇଛନ୍ତି। ୧୫ ଦିନ ମଧ୍ୟରେ ରାଜ୍ୟ ସରକାର ଦାବି ପୂରଣ ପାଇଁ ପଦକ୍ଷେପ ନ ନେଲେ ସେନା ପକ୍ଷରୁ ଆସନ୍ତା ୨୩ ତାରିଖରେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏହି ପ୍ରତିନିଧି ଦଳରେ ଉପଦେଷ୍ଟା ଦିଲୀପ ଦାସ, ସେଖ ନାସିରୁଦ୍ଦିନ, ଜିଲା ସଭାପତି କାର୍ତ୍ତିକ ମହାନ୍ତ, ନୟନ କୁମାର ଦାସ, ବିଶ୍ୱଜିତ ଚାନ୍ଦ, ସନ୍ଦୀପ କୁମାର ମହାନ୍ତ, ସାଗର ପାତ୍ର, ରାଜେନ୍ଦ୍ର ବେହେରା, ସୁବ୍ରତ କୁମାର ମୁଖୀ, ଅଭିମନ୍ୟୁ ପରିଡା ପ୍ରମୁଖଙ୍କ ସମେତ ଅନ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?