ସମ୍ବଲପୁର, ୧।୪ (ବ୍ୟୁରୋ)-କରୋନା କଟକଣା ଓ ଲକଡାଉନ ଘୋଷଣା ପରେ ମଧ୍ୟ ସମ୍ବଲପୁର ବ୍ୟବସାୟିକ ପେଣ୍ଠସ୍ଥଳ ଗୋଲ ବଜାର ଭିଡ ଜମୁଥିଲା। ପ୍ରଶାସନ ଓ ପୋଲିସ ପକ୍ଷରୁ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ପ୍ରୟାସ କଲେ ମଧ୍ୟ ବିଫଳ ହେବାକୁ ପଡ଼ୁଥିଲା। ପ୍ରତିଦିନ ସକାଳେ ଲୋକଙ୍କ ଭିଡ ହେଉଥିଲା। ଏହାକୁ ନେଇ ବାରମ୍ବାର ସୋସିଆଲ ମିଡିଆ, ଗଣମାଧ୍ୟମ ଓ ବୁଦ୍ଧିଜୀବୀ ମହଳରେ ଅଭିଯୋଗ ହୋଇ ଆସୁଥିଲା। ଏପରିକି ମହାନଗର ନିଗମ ଓ ଜିଲା ପ୍ରଶାସନକୁ ସମାଲୋଚିତ ହେବାକୁ ପଡ଼ୁଥିଲା। ଶେଷରେ ପ୍ରଶାସନର ଚେତା ପଶିଛି। ଗୋଲବଜାରର ପରିବା ବଜାରକୁ ଭାଗ କରି ଦିଆଯାଇଛି । ବଜାରର ଗୋଟିଏ ପାର୍ଶ୍ୱରେ ୫ ମିଟର ବ୍ୟବଧାନରେ ପରିବା ବ୍ୟବସାୟୀଙ୍କୁ ବସା ଯାଇଛି। ଠିକ୍ ସେହିଭଳି ଆଉ କେତେକ ବ୍ୟବସାୟୀଙ୍କୁ ଟାଉନ ହଲକୁ ସ୍ଥାନାନ୍ତର କରାଯାଇଛି। ସକାଳ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଲୋକମାନେ ନିଜ ଆବଶ୍ୟକ ସାମଗ୍ରୀ କିଣି ପାରିବେ।
Posted inHome, Home Left, ଆମ ଜିଲା ଖବର, ସମ୍ବଲପୁର View All
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା
ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...
ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା
ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...
ନୂଆ ବର୍ଷରେ ନୂଆ ପଦକ୍ଷେପ
ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...
Archives


