Posted inପୁରୀ

ଅଲାରନାଥଙ୍କ ପୀଠରେ ୧୪୪ ଧାରା ଜାରି

ବ୍ରହ୍ମଗିରି,୫ା୬(ଡି.ଏନ.ଏ.)- ଅନବସର ଦର୍ଶନ ପାଇଁ ମହାପ୍ରଭୁ ବ୍ରହ୍ମଗିରି ଅଲାରନାଥଙ୍କ ପୀଠରେ ପ୍ରଶାସନ ତରଫରୁ ୧୪୪ ଧାରା ଜାରି ହୋଇଛି। ଶୁକ୍ରବାର ଚତୁର୍ଦ୍ଧାମୂତ୍ତିଙ୍କ ମହାସ୍ନାନପରେ ଶ୍ରୀଜୀଉମାନେ ଶୁକ୍ରବାରଠାରୁ ଅନବସର ଗୃହରେ ଗୁପ୍ତ ପୂଜା ପାଇବେ। ଏହି ସମୟରେ ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଅନବସର ଦର୍ଶନ ଆରମ୍ଭ ହୁଏ। କିନ୍ତୁ କରୋନା ସଂକ୍ରମଣ ଯୋଗୁ ଅନବସର ଦର୍ଶନକୁ ବନ୍ଦ କରାଯାଇଛି। ପାଳିଆ ସେବକଙ୍କୁ ନେଇ ଅନବସର ନୀତି କରାଯିବା ପାଇଁ ଉପଜିଲାପାଳଙ୍କ ଦ୍ୱାରା ଆୟୋଜିତ ଏକ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ଏବେ ଅଲାରନାଥ ପୀଠକୁ ଭକ୍ତମାନଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ା ଏ ନେଇ ଶୁକ୍ରବାର ମଧ୍ୟରାତ୍ରରୁ ଆସନ୍ତା ୨୦ ତାରିଖ ମଧ୍ୟ ରାତ୍ର ପର୍ଯ୍ୟନ୍ତ ଉକ୍ତ ପୀଠରେ ୧୪୪ ଧାରା ଜାରି କରାଯାଇଛି। ୩୦ ତାରିଖ ପର୍ଯ୍ୟନ୍ତ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିବା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri