Posted inପୁରୀ

ଅଲାରନାଥଙ୍କ ପୀଠରେ ୧୪୪ ଧାରା ଜାରି

ବ୍ରହ୍ମଗିରି,୫ା୬(ଡି.ଏନ.ଏ.)- ଅନବସର ଦର୍ଶନ ପାଇଁ ମହାପ୍ରଭୁ ବ୍ରହ୍ମଗିରି ଅଲାରନାଥଙ୍କ ପୀଠରେ ପ୍ରଶାସନ ତରଫରୁ ୧୪୪ ଧାରା ଜାରି ହୋଇଛି। ଶୁକ୍ରବାର ଚତୁର୍ଦ୍ଧାମୂତ୍ତିଙ୍କ ମହାସ୍ନାନପରେ ଶ୍ରୀଜୀଉମାନେ ଶୁକ୍ରବାରଠାରୁ ଅନବସର ଗୃହରେ ଗୁପ୍ତ ପୂଜା ପାଇବେ। ଏହି ସମୟରେ ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଅନବସର ଦର୍ଶନ ଆରମ୍ଭ ହୁଏ। କିନ୍ତୁ କରୋନା ସଂକ୍ରମଣ ଯୋଗୁ ଅନବସର ଦର୍ଶନକୁ ବନ୍ଦ କରାଯାଇଛି। ପାଳିଆ ସେବକଙ୍କୁ ନେଇ ଅନବସର ନୀତି କରାଯିବା ପାଇଁ ଉପଜିଲାପାଳଙ୍କ ଦ୍ୱାରା ଆୟୋଜିତ ଏକ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ଏବେ ଅଲାରନାଥ ପୀଠକୁ ଭକ୍ତମାନଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ା ଏ ନେଇ ଶୁକ୍ରବାର ମଧ୍ୟରାତ୍ରରୁ ଆସନ୍ତା ୨୦ ତାରିଖ ମଧ୍ୟ ରାତ୍ର ପର୍ଯ୍ୟନ୍ତ ଉକ୍ତ ପୀଠରେ ୧୪୪ ଧାରା ଜାରି କରାଯାଇଛି। ୩୦ ତାରିଖ ପର୍ଯ୍ୟନ୍ତ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିବା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ନୀଳଚକ୍ର ବାନାରେ ବସିଲା ଚିଲ: ଅଶୁଭ ସଂକେତ, ଘଟିପାରେ…

ପୁରୀ,୨୬ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ସୋମବାର ପୂର୍ବାହ୍ନରେ କିଛି ସମୟ ଧରି ଏକ ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛି ମାସ ବ୍ୟବଧାନ ପରେ ଏହା…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ…

ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ

ପୁରୀ,୨୧୫(ଅଜିତ୍‌ କୁମାର ମହାନ୍ତି):ପଞ୍ଜାବରେ ଅଦିନିଆ ରଥଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖି…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ବାଣ୍ଟିଲେ ନାହିଁ, ବର୍ଷାପାଣିରେ ଭିଜିଲା ଛାତ୍ରୀଛାତ୍ରଙ୍କ ପାଠ୍ୟପୁସ୍ତକ

କଣାସ,୮ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ୧ମ ଶ୍ରେଣୀରୁ ୮ମ ଶ୍ରେଣୀ ପିଲାଙ୍କ ପାଇଁ ମାଗଣାରେ ପାଠ୍ୟପୁସ୍ତକ, ପୋଷାକ ଆଦି ଯୋଗାଇ ଦେଉଥିବାବେଳେ ମଧ୍ୟାହ୍ନଭୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri