ଅଲିଭ୍‌ ରିଡ୍‌ଲେ ସୁରକ୍ଷା ଚିନ୍ତା: ମେ’୩୧ ପର୍ଯ୍ୟନ୍ତ ମାଛଧରା ଉପରେ କଟକଣା

ଭୁବନେଶ୍ୱର, ୧୫-୧୧(ବ୍ୟୁରୋ):ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ସମୁଦ୍ରରୁ ମାଛଧରା ଉପରେ ସରକାର କଟକଣା ଜାରି କରିଛନ୍ତି। ଉପକୂଳଠାରୁ ସମୁଦ୍ର ଭିତରକୁ ୨୦ କିଲୋମିଟର ପର୍ଯ୍ୟନ୍ତ ଆଗାମୀ ମେ’ ୩୧ ଯାଏ ମାଛ ନ ଧରିବା ଲାଗି ମତ୍ସ୍ୟଜୀବୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ର କଇଁଛଙ୍କ ସୁରକ୍ଷା କରି ଏହାକୁ ଓଡ଼ିଶାର ଆଧୁନିକ ପରିଚୟ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଅଲିଭ୍‌ ରିଡ୍‌ଲେଙ୍କ ଅଣ୍ଡାଦାନ ଓ ସୁରକ୍ଷା ନେଇ ଗୁରୁବାର ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ପାଇଁ ଋଷିକୁଲ୍ୟା, ଗହୀରମଥା ଓ ଦେବୀନଦୀ ମୁହାଣରେ ମୋଟ ୬୬ ପାଟ୍ରୋଲିଂ ଶିବିର ଖୋଲାଯିବ। ଏହି ଶିବିରଗୁଡ଼ିକରେ ବନବିଭାଗ କର୍ମଚାରୀଙ୍କୁ ମୁତୟନ କରାଯିବ। ଏମାନେ ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ଦାୟିତ୍ୱ ନେବେ। ଅଲିଭ୍‌ ରିଡ୍‌ଲେ ଅଣ୍ଡା ଦେଉଥିବା ୩ ନଦୀ ମୁହାଣ ଯଥା ଧାମରା, ଦେବୀ ଓ ଋଷିକୁଲ୍ୟା ନିକଟରେ ସମୁଦ୍ର ଭିତରକୁ ୨୦କିମି ପର୍ଯ୍ୟନ୍ତ ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା ଜାରି ହୋଇଛି। ଏହି କଟକଣା ଅବଧିରେ ପ୍ରାୟ ୭ ମାସ ଯାଏ ମତ୍ସ୍ୟଜୀବୀମାନେ ନିଜ ବୃତ୍ତି ହରାଇ ଆର୍ଥିକସ୍ତରରେ ଦୁର୍ବଳ ହୋଇପଡ଼ିବେ। ତେଣୁ ପ୍ରଶାସନ ପକ୍ଷରୁ ୮ହଜାର ମତ୍ସ୍ୟଜୀବୀ ପରିବାରକୁ ମାସିକ ୭,୫୦୦ ଟଙ୍କା ଆର୍ଥିକ ସହଯୋଗ ଯୋଗାଇଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି।
ଅନ୍ୟପକ୍ଷରେ ପାରମ୍ପରିକ ପଦ୍ଧତିରେ ବିନା ପାୱାର ବୋଟ୍‌ରେ ମାଛ ଧରୁଥିବା ମତ୍ସ୍ୟଜୀବୀଙ୍କୁ ଅଯଥା ହଇରାଣ ନ କରିବା ଓ କଇଁଛଙ୍କ ପ୍ରତି ପ୍ରକୃତ ବିପଦ ସୃଷ୍ଟି କରୁଥିବା ଅପରାଧୀଙ୍କୁ ଦଣ୍ଡିତ କରିବାକୁ ତ୍ରିପାଠୀ ସମୁଦ୍ର ଉପକୂଳରେ ପାଟ୍ରୋଲିଂ କରୁଥିବା ସାମୁଦ୍ରିକ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ କଇଁଛଙ୍କ ଅଣ୍ଡାଦାନ ଓ ମୃତ୍ୟୁ ଉପରେ ନଜର ରଖିବା ପାଇଁ ସ୍ବତନ୍ତ୍ର ଭାବେ ଏକ ୱେବସାଇଟ୍‌ କାର୍ଯ୍ୟକ୍ଷମ ହେବ ବୋଲି ବୈଠକରୁ ଜଣାପଡ଼ିଛି। ଜଙ୍ଗଲ ଓ ପରିବେଶ ବିଭାଗ ସଚିବ ମୋନା ଶର୍ମା, ପିସିସିଏଫ୍‌ ସନ୍ଦୀପ ତ୍ରିପାଠୀ, ପିସିସିଏଫ୍‌(ବନ୍ୟପ୍ରାଣୀ) ହରିଶଙ୍କର ଉପାଧ୍ୟାୟଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଧାମରା, ଗୋପାଳପୁର ଓ ପାରାଦୀପ ବନ୍ଦର ପ୍ରତିନିଧି, ତଟରକ୍ଷୀ ବାହିନୀ ଅଧିକାରୀ, ଚାନ୍ଦିପୁର ଆଇଟିଆରର ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri