ଅଲିମ୍ପିକ୍‌ କ୍ୱାଲିଫାୟର୍ସ ପାଇଁ କଳିଙ୍ଗ ପ୍ରସ୍ତୁତ

ଭୁବନେଶ୍ୱର,  ୧।୧୧(କ୍ରୀଡ଼ା ପ୍ରତିନିଧି):ବିଶ୍ୱକପ୍‌, ଚାମ୍ପିୟନ୍ସ ଟ୍ରଫି, ଓ୍ବାଲର୍‌ଡ ଲିଗ୍‌ ଏବଂ ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ପରି ଅନେକ ଅନ୍ତର୍ଜାତୀୟ ହକି ଟୁର୍ନାମେଣ୍ଟର ସଫଳ ଆୟୋଜନ ପାଇଁ ଦେଶ ବିଦେଶରେ ଚର୍ଚ୍ଚାରେ ରହିଥିବା କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ଆଉ ଏକ ସମ୍ମାନଜନକ ପ୍ରତିଯୋଗିତା। ନଭେମ୍ବର ୧ ଓ ୨ ତାରିଖରେ ଏଠାରେ ଆୟୋଜନ ହେବ ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି ମ୍ୟାଚ୍‌। ଏଥର କଳିଙ୍ଗର ହକି କମ୍ପ୍ଲେକ୍ସରେ ଉଭୟ ଭାରତୀୟ ମହିଳା ଓ ପୁରୁଷ ଦଳ ଆକ୍ସନରେ ଦେଖିବାକୁ ମିଳିବେ। ପ୍ରଥମଥର ପାଇଁ ଏଠାରେ ମହିଳା ଦଳର ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯିବ। ଅଲିମ୍ପିକ୍‌ କ୍ୱାଲିଫାୟର୍ସ ପାଇଁ ଭାରତୀୟ ମହିଳା ଦଳର ପ୍ରତିଦ୍ୱନ୍ଦ୍ୱୀ ହେଉଛି ଆମେରିକା। ଭାରତ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୯ମ ସ୍ଥାନରେ ଥିବାବେଳେ ଆମେରିକା ୧୩ତମ ସ୍ଥାନ ପାଇଛି। ତେବେ ନିକଟ ଅତୀତରେ ଉତ୍ସାହୀ ପ୍ରଦର୍ଶନ କରିଥିବାରୁ ଆମେରିକା ଘରୋଇ ଭାରତକୁ କଡ଼ା ଚ୍ୟାଲେଞ୍ଜ ଦେବା ଏକପ୍ରକାର ନିଶ୍ଚିତ। ଆମେ ଏଠାକୁ ଅଲିମ୍ପିକ୍ସ ଯୋଗ୍ୟତା ପାଇଁ ଆସିଛୁ ବୋଲି ଆମେରିକା ଦଳର ଅଧିନାୟିକା କାଥଲିନ ଶାର୍କି ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଆମେ ଘରୋଇ ପରିବେଶରୁ ଫାଇଦା ନେବା ସହ ନିଜ ଦକ୍ଷତା ଅନୁସାରେ ଖେଳି ଆଗକୁ ବଢ଼ିବାକୁ ଚେଷ୍ଟା କରିବୁ ବୋଲି ଭାରତୀୟ ଦଳର ଅଧିନାୟିକା ରାଣୀ ରାମପାଲ କହିଛନ୍ତି।
ପୁରୁଷ ବିଭାଗରେ ଭାରତ ପ୍ରତିପକ୍ଷ ରୁଷିଆ ସହିତ ମୁକାବିଲା କରିବ। ବିଶ୍ୱ ର଼୍ୟାଙ୍କିଙ୍ଗ୍‌ରେ ଭାରତ ୫ ଓ ରୁଷିଆ ୨୨ତମ ସ୍ଥାନରେ ରହିଛି। ଗତ ଜୁନ୍‌ରେ ଅନୁଷ୍ଠିତ ଏଫ୍‌ଆଇଏଚ୍‌ ସିରିଜ୍‌ ଫାଇନାଲରେ ରୁଷିଆ କଳିଙ୍ଗ ଷ୍ଟାଡିୟମରେ ଖେଳିବାର ଅଭିଜ୍ଞତା ରଖିଛି। ସେତେବେଳେ ଯଦିଓ ଏହି ଦଳ ବଡ଼ ବ୍ୟବଧାନରେ ଭାରତ ନିକଟରୁ ହାରିଥିଲା ଏଥର କିନ୍ତୁ ଭିନ୍ନ ଧରଣର ଖେଳ ଦେଖିବାକୁ ମିଳିବ ବୋଲି ରୁଷିଆ ଅଧିନାୟକ ଡେନିସ ସ୍କିପାଚେଭ୍‌ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ରୁଷିଆକୁ କୌଣସି ପରିସ୍ଥିତିରେ ହାଲ୍‌କା ଭାବେ ନେବୁ ନାହିଁ ବୋଲି ଭାରତୀୟ ଅଧିନାୟକ ମନପ୍ରୀତ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri