Posted inଖେଳ

ଅଲିମ୍ପିକ ଚାମ୍ପିୟନ ଜ୍ୟାକ୍ସଙ୍କ ପରଲୋକ

ପ୍ୟାରିସ, ୫।୧୧ (ଏଏଫ୍‌ପି)- ଫ୍ରେଞ୍ଚ୍‌ ସାଇକ୍ଲିଷ୍ଟ ତଥା ୧୯୪୮ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ବିଜେତା ଜ୍ୟାକ୍ସ ଡୁପୋଣ୍ଟଙ୍କ ବିୟୋଗ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା ବୋଲି ତାଙ୍କ ପରିବାର ପକ୍ଷରୁ କୁହାଯାଇଛି। ସେ ଫ୍ରାନ୍ସର ସାଉଥ୍‌-ଓ୍ବେଷ୍ଟ ଲେଜାଟ୍‌ ସୁର୍‌ ଲେଜେରେ ଜନ୍ମ ଗ୍ରହଣ କରିଥିଲେ। ଲଣ୍ଡନରେ ଅନୁଷ୍ଠିତ ୧୯୪୮ ଅଲିମ୍ପିକ୍‌ କ୍ରୀଡ଼ାରେ ଅଗଷ୍ଟ ୧୧ରେ ସେ ସାଇକ୍ଲିଂରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ସେତେବେଳେ ଜ୍ୟାକ୍ସଙ୍କୁ ୨୦ ବର୍ଷ ହୋଇଥିବାବେଳେ ସେ ୧୦୦୦ ମିଟର ଟାଇମ୍‌ ଟ୍ରାଏଲ୍‌ରେ ବେଲଜିୟମର ପିଏରେ ନିହାନ୍ତଙ୍କୁ ଗୋଟିଏ ସେକେଣ୍ଡ ପଛରେ ପକାଇ ପ୍ରଥମ ସ୍ଥାନ ହାସଲ କରିଥିଲେ। ବ୍ରିଟନ୍‌ ଟୋମି ଗଡ୍‌ଓ୍ବିନଙ୍କୁ ବ୍ରୋଞ୍ଜ ପଦକ ମିଳିଥିଲା। ଏହି ରେସ୍‌ ଫିଲ୍ଡରେ ଅନୁଷ୍ଠିତ ହୋଇଥିଲା। କିନ୍ତୁ ଏହାର ୨ ଦିନ ପରେ ରୋଡ୍‌ରେ ହୋଇଥିବା ୨୦୦୦ ମିଟର ବ୍ୟକ୍ତିଗତ ଓ ଟିମ୍‌ ଇଭେଣ୍ଟ ରେସ୍‌ରେ ଜ୍ୟାକ୍ସଙ୍କୁ ମିଶ୍ରିତ ସଫଳତା ମିଳିଥିଲା। ବ୍ୟକ୍ତିଗତ ଇଭେଣ୍ଟରେ ସେ ୧୭ତମ ସ୍ଥାନରେ ରହିଥିଲେ। କିନ୍ତୁ ଟିମ୍‌ ଇଭେଣ୍ଟରେ ସେ ଫ୍ରାନ୍ସକୁ ବ୍ରୋଞ୍ଜ ପଦକ ଜିତାଇବାରେ ସହାୟକ ହୋଇଥିଲେ। ଜ୍ୟାକ୍ସଙ୍କ ସମେତ ଜୋସ ବେୟର୍ଟ ଓ ଆଲାଇନ ମୋଇନେଉଙ୍କୁ ନେଇ ଫ୍ରାନ୍ସ ଟିମ୍‌ ଗଠିତ ହୋଇଥିଲା। ଡୁପୋଣ୍ଟ ୧୯୫୪ରେ ଫ୍ରାନ୍ସ ଚାମ୍ପିୟନଶିପ୍‌ ଏବଂ ୧୯୫୧ ଓ ୧୯୫୫ରେ ସମ୍ମାନଜନକ ପ୍ୟାରିସ-ଟୁର୍‌ ଟାଇଟଲ୍‌ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri