Posted inଖେଳ

ଅଲୋଡ଼ା ରେକର୍ଡ :ଚନ୍ଦ୍ରଶେଖରଙ୍କ ସମକକ୍ଷ ହେଲେ ଶାମି

କିଙ୍ଗଷ୍ଟନ, ୨।୯- ଏଠାରେ ଚାଲିଥିବା ଘରୋଇ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତିମ ତଥା ୨ୟ ଟେଷ୍ଟ ମ୍ୟାଚ୍‌ ଅବସରରେ ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ମହମ୍ମଦ ଶାମି ଏକ ଅଲୋଡ଼ା ରେକର୍ଡ ତାଲିକାରେ ନିଜ ନାମକୁ ଯୋଡ଼ିଛନ୍ତି। ଭାରତୀୟ ବ୍ୟାଟିଂର ପ୍ରଥମ ଇନିଂସରେ ଶାମି ଖାତା ଖୋଲିବା ପୂର୍ବରୁ ଓ୍ବେଷ୍ଟଇଣ୍ଡିଜର ପୃଥଳାକାୟ ସ୍ପିନର ରଖିମ କର୍ନଓ୍ବାଲଙ୍କ ବଲରେ ଉଇକେଟ୍‌କିପରଙ୍କ ହାତରେ ଧରାପଡ଼ିଥିଲେ। ଏଥିସହ ଶାମି ଟେଷ୍ଟ ମ୍ୟାଚ୍‌ର କ୍ରମାଗତ ୬ଟି ଇନିଂସରେ ଖାତା ଖୋଲିବାରେ ବିଫଳ ହୋଇଛନ୍ତି। ଭାରତ ପକ୍ଷରୁ ଟେଷ୍ଟରେ କ୍ରମାଗତ ଇନିଂସରେ ‘ଶୂନ’ରେ ଆଉଟ୍‌ ହୋଇଥିବା ବ୍ୟାଟ୍ସମ୍ୟାନ ଭାବେ ସେ ପୂର୍ବତନ ସ୍ପିନର ଭଗଓ୍ବତ ଚନ୍ଦ୍ରଶେଖରଙ୍କ ସହ ସମକକ୍ଷ ହୋଇଛନ୍ତି। ଚନ୍ଦ୍ରଶେଖର ମଧ୍ୟ ତାଙ୍କ କ୍ୟାରିୟରରେ କ୍ରମାଗତ ୬ ଟେଷ୍ଟ ଇନିଂସରେ ଖାତା ଖୋଲିପାରି ନ ଥିଲେ। ଶାମି ଏହିକ୍ରମରେ ଅଜିତ୍‌ ଅଗରକର (୫ଥର)ଙ୍କୁ ପଛରେ ପକାଇ ଦେଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ଟେଷ୍ଟ ସିରିଜର ୨ୟ ମ୍ୟାଚ୍‌ରୁ ଶାମି ଏହି ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛନ୍ତି। ମୋଟ୍‌ ୬ରୁ ଶାମି ୪ଥର ୦ରେ ଆଉଟ୍‌ ହୋଇଥିବାବେଳେ ୨ଥର କୌଣସି ରନ୍‌ ନ କରି ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri