ଅଲ୍‌ କାଏଦାର ଦକ୍ଷିଣ ଏସିଆ ମୁଖ୍ୟ ନିହତ

ଇସ୍‌ଲାମାବାଦ, ୧୦ା୧୦ : ଅଲ୍‌ କାଏଦାର ଦକ୍ଷିଣ ଏସିଆ ମୁଖ୍ୟ ଆସିମ୍‌ ଉମର ଆଫଗାନିସ୍ତାନର ହେଲ୍‌ମଣ୍ଡରେ ନିହତ ହୋଇଛନ୍ତି। ଭାରତଜନ୍ମିତ ଉମର ଆମେରିକା-ଆଫଗାନିସ୍ତାନର ମିଳିତ ଚଢ଼ାଉ ବେଳେ ପ୍ରାଣ ହରାଇଥିବା କୁହାଯାଉଛି। ଆଫଗାନିସ୍ତାନର ଜାତୀୟ ସୁରକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏଭଳି ଘୋଷଣା କରାଯାଇଛି। ଉମର ସହ ପାକିସ୍ତାନର ୬ ଅଲ୍‌ କାଏଦା ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ତାଲିବାନ୍‌ର ଗଡ଼ କୁହାଯାଉଥିବା ମୁସା କାଲାରେ ସେମାନେ କାର୍ଯ୍ୟକଳାପ ଜାରି ରଖିଥିଲେ। ପୂର୍ବରୁ ଆମେରିକା ପକ୍ଷରୁ ଉମରଙ୍କୁ ବିଶ୍ୱ ଆତଙ୍କବାଦୀ ଭାବେ ଅଭିହିତ କରାଯାଇଥିଲା। ପାକିସ୍ତାନର ହରକତ ଉଲ୍‌- ମୁଜାହିଦ୍ଦିନ୍‌ ଆତଙ୍କବାଦୀ ଗୋଷ୍ଠୀର ସେ ସଦସ୍ୟ ରହିଥିଲେ। ଉତ୍ତରପ୍ରଦେଶର ସାମ୍ଭଲରେ ସାନା-ଉଲ୍‌ ହକ୍‌ ଭାବେ ଜନ୍ମଗ୍ରହଣ କରିଥିବା ଉମର ଦେଓବନ୍ଦ୍‌ର ଦାରୁଲ୍‌ ଉଲମ୍‌ ସେମିନାରିରେ ସ୍ନାତକ ପାସ୍‌ କରି ପାକିସ୍ତାନ ଚାଲିଯାଇଥିଲେ। ୨୦୧୪ କରାଚୀ ନୌସେନା ଡକ୍‌ୟାର୍ଡ ଆକ୍ରମଣ ମାମଲାରେ ଉମର ଗୋଷ୍ଠୀର ସମ୍ପୃକ୍ତ ଥିଲା। ଏଥିସହ ଆମେରିକୀୟ, ବାଂଲା ନାଗରିକ ହତ୍ୟାକାଣ୍ଡ ମାମଲାରେ ସେ ସମ୍ପୃକ୍ତ ରହିଥିଲେ। ଭାରତୀୟ ଉପମହାଦେଶରେ ତାଙ୍କ ନିର୍ଦ୍ଦେଶରେ ଆନେକ ଆତଙ୍କବାଦୀ ଆକ୍ରମଣ ଅଲ୍‌-କାଏଦା ପକ୍ଷରୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri