Posted inଖେଳ

ଅଶୋକ ସାହୁ ଜିଏଫ୍‌ଆଇ ଚୟନ କମିଟି ଅଧ୍ୟକ୍ଷ

ଭୁବନେଶ୍ୱର, ୩୦।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଜିମ୍ନାଷ୍ଟିକ୍‌ ଆସୋସିଏଶନ(ଓଜିଏ) ସମ୍ପାଦକ ଅଶୋକ ସାହୁ ଜିମ୍ନାଷ୍ଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ( ଜିଏଫଆଇ) ଚୟନ କମିଟି ଅଧ୍ୟକ୍ଷଭାବେ ନିଯୁକ୍ତ ହୋଇଛନ୍ତି। ସେ ୪ ବର୍ଷ ପାଇଁ ଏହି ପଦବୀରେ ରହିବେ। ଅନ୍ୟ ୬ ସଦସ୍ୟଙ୍କ ସହ ମିଶି ସେ ଏଣିକି ଜାତୀୟ ଦଳ ଚୟନ କରିବେ। ରାଜ୍ୟରେ କୌଣସି ବ୍ୟକ୍ତି ଏପରି ଏକ ପଦବୀରେ ଅବସ୍ଥାପିତ ହେବା ପ୍ରଥମ ଘଟଣା। ତେଣୁ ଏହି ଖବର ରାଜ୍ୟ କ୍ରୀଡ଼ା ମହଲରେ ଖୁସି ଆଣିଦେଇଛି। କଟକରେ ଜନ୍ମିତ ଅଶୋକ ଜଣେ ଜିମ୍ନାଷ୍ଟିକ ଖେଳାଳି ମଧ୍ୟ । ସେ ରାଜ୍ୟ ପକ୍ଷରୁ ବିଭିନ୍ନ ଜାତୀୟ ସ୍ତରୀୟ ଟୁର୍ନାମେଣ୍ଟରେ ପ୍ରତିନିଧିତ୍ୱ କରିଛନ୍ତି । ସେ ପୂର୍ବରୁ ଜିଏଫଆଇର ଯୁଗ୍ମ ସମ୍ପାଦକ ଏବଂ ଉପସଭାପତି ଦାୟିତ୍ୱ ତୁଲାଇଥିଲେ। ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତା ସମୟରେ ସେ ଭାରତୀୟ ଦଳର ମ୍ୟାନେଜର ଦାୟିତ୍ୱ ମଧ୍ୟ ସଫଳତାର ସହ ତୁଲାଇ ଆସିଛନ୍ତି। ଏହା ମଧ୍ୟରେ ରହିଛି ୨୦୧୦ ଟୋକିଓ ଅନ୍ତର୍ଜାତୀୟ ଜୁନିୟର ଜିମ୍ନାଷ୍ଟିକ୍ସ ଚାମ୍ପିୟନଶିପ୍‌, ୨୦୧୦ ନୂଆଦିଲ୍ଲୀ ରାଜ୍ୟଗୋଷ୍ଠୀ କ୍ରୀଡ଼ା, ୨୦୧୧ ଟୋକିଓ ବିଶ୍ୱ ଜିମ୍ନାଷ୍ଟିକ୍ସ ଚାମ୍ପିୟନଶିପ୍‌ ଏବଂ ୨୦୧୪ ଇଞ୍ଚତ୍ଅନ (ଦକ୍ଷିଣ କୋରିଆ) ଏସିଆନ ଗେମ୍ସ। ଓଡ଼ିଶା ଆଥଲେଟିକ୍‌ ଆସୋସିଏଶନ ସମ୍ପାଦକ ଆଶୀର୍ବାଦ ବେହେରା, ଓଜିଏ ସଭାପତି ସମୀର ଦେ, ଓଡ଼ିଶା କ୍ରିକେଟ ଆସୋସିଏଶନ ସମ୍ପାଦକ ସଞ୍ଜୟ ବେହେରା, ଓଡ଼ିଶା ଅଲିମ୍ପିକ ଆସୋସିଏଶନ ସଭାପତି ଅଭିଜିତ ପାଲ ପ୍ରମୁଖ ଅଶୋକଙ୍କୁ ଅଭିନନ୍ଦନ ଜଣାଇଥିବା ରାଜ୍ୟ ଜିମ୍ନାଷ୍ଟିକ ଆସୋସିଏଶନ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri